ଟିଟିଲାଗଡ଼: ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍। ଯନ୍ତ୍ରୀ ଜଣକ ହେଲେ ଦିଲେଶ୍ଵର ମାଝୀ। ଆୟ ବହିର୍ଭୁତ ସଂପତ୍ତିକୁ ନେଇ ସେ ସ୍କାନରରେ ଥିଲେ। ଆଜି ଭିଜିଲାନସ ବିଭାଗ ପକ୍ଷରୁ ରେଡ୍ ଚାଲିଛି। ଟିଟିଲାଗଡ଼ରେ ଥିବା ଦିଲେଶ୍ଵର ମାଝୀଙ୍କ ସରକାରୀ ବାସଭବନ, ଅଫିସ ସମେତ ସମ୍ବଲପୁର, ବ୍ରଜରାଜନଗର, ଝାରସୁଗୁଡାରେ ଥିବା ତାଙ୍କ ସଂପର୍କିୀୟଙ୍କ ଘରେ ରେଡ୍ ଚାଲିଛି।
ଏହି ରେଡ୍ରେ ୫ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର, ୨ ଜଣ ଏଏସଆଇ ଏବଂ ଅନ୍ୟ ସହାୟକ କର୍ମଚାରୀ ସାମିଲ ହୋଇଛନ୍ତି। ସମ୍ବଲପୁର, ଝାରସୁଗୁଡ଼ା ଏବଂ ବଲାଙ୍ଗୀର ଜିଲ୍ଲାର ମୋଟ ୬ଟି ସ୍ଥାନରେ ଏକକାଳୀନ ଚଢାଉ ହେଉଛି। ଟିଟିଲାଗଡ଼ ଘରୁ ୪୩ ହଜାର ଟଙ୍କା, ସମ୍ବଲପୁର ଘରୁ ନଗଦ ୬ ଲକ୍ଷ ମିଳିଥିବା ସୂଚନା।
ସମ୍ୱଲପୁର ଟାଉନ ସ୍ଥିତ ଏକ ଦ୍ୱିମହଲା ଘର, ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ୟୁନିଟ୍ ରେ ଥିବା ଆଉ ଏକ ଦ୍ୱିମହଲା ଘର, ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗରର ସ୍ଥିତ ଏକ ମାର୍କେଟ୍ କମ୍ପ୍ଲେକ୍ସ, ଝାରସୁଗୁଡ଼ାରେ ଥିବା ଦୁଇଟି ହାଉସିଂ ବୋର୍ଡ ଘର, ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିର ଆର ଆଣ୍ଡ ବି ସବ-ଡିଭିଜନ କାର୍ଯ୍ୟାଳୟରେ ଥିବା ଅଫିସ ଚାମ୍ବର, ବଲାଙ୍ଗୀର ଟିଟଲାଗଡ଼ରେ ଥିବା ସରକାରୀ କ୍ୱାର୍ଟର ଘରେ ଏକକାଳୀନ ଚଢାଉ କରୁଛି ଭିଜିଲାନ୍ସ ଟିମ୍।
ପ୍ରମୁଖ ଖବର
ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍, କ୍ୟାବିନେଟ୍ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ