ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ମହିଳା ହୋମ୍‌ଗାର୍ଡଙ୍କ ଉପରେ ଚଢିଗଲା ଟ୍ରକ୍

0

କଟକ: କଟକ ଛତ୍ରବଜାର ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ଜଣେ ମହିଳା ହୋମଗାର୍ଡଙ୍କର ମୃତ୍ୟୁ ଘଟିଛି। ମୃତ ମହିଳା ହୋମ୍‌ଗାର୍ଡ ଜଣଙ୍କ ହେଲେ ମନୋରମା ପଣ୍ଡା। ମନୋରମା ମାଲଗୋଦାମ ଥାନାରେ ହୋମ୍‌ଗାର୍ଡ ଭାବେ କାର୍ଯ୍ୟରତ ଥିଲେ। ଡ୍ୟୁଟି ସାରି ଫେରୁଥିବାବେଳେ ଏଭଳି ଅଘଟଣ ଘଟିଛି।

ସୂଚନାମୁତାବକ, କଟକ ଛତ୍ରବଜାରରେ ମହିଳା ହୋମ୍‌ଗାର୍ଡ ମନୋରମା ପଣ୍ଡାଙ୍କୁ ଏକ ଟ୍ରକ୍‌ ଧକ୍କା ଦେବାରୁ ଗୁରୁବାର ତାଙ୍କର ମୃତ୍ୟୁ ଘଟିଛି। ଡ୍ୟୁଟି ସାରି ସାଇକେଲରେ ଘରକୁ ଫେରୁଥିବା ବେଳେ ତାଙ୍କୁ ଟ୍ରକ୍‌ ପଛପଟରୁ ଧକ୍କା ଦେଇଥିଲା। ଧକ୍କା ଦେଇଥିବା ଟ୍ରକ୍‌କୁ ପୋଲିସ ଜବତ କରିଛି। ଏଥିସହ ମହିଳା ହୋମ୍‌ଗାର୍ଡଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ମାଲଗୋଦାମ ଥାନା ଆଇଆଇସି ରଜନୀକାନ୍ତ ଦାଶ ସୂଚନା ଦେଇଛନ୍ତି।

Leave A Reply

Your email address will not be published.