ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ତେଲେଙ୍ଗାନା ବିସ୍ଫୋରଣ; ୮ ଓଡିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା

0

ତେଲଙ୍ଗାନା: ସୋମବାର ତେଲଙ୍ଗାନାର ସଙ୍ଗାରେଡ୍ଡୀ ଜିଲ୍ଲାରେ ଥିବା ଏକ ରାସାୟନିକ କାରଖାନାରେ ଘଟିଥିବା ଭୟଙ୍କର ବିସ୍ଫୋରଣ ଘଟିଥିଲା। ଏଥିରେ ପ୍ରାୟ ୪୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ୮ ଜଣ ଓଡିଆ ମଧ୍ୟ ଥିଲେ। ଏନେଇ ଆଜି ମୃତ ଓଡିଆଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସହାୟତା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ପ୍ରାୟ ୧୦ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ ନେଇ ଘୋଷଣା କରିଛନ୍ତି। ଏହାସହ ରାଜ୍ୟ ସରକାରଙ୍କ ଏକ ଅଧିକାରୀ ଦଳ ଘଟଣାସ୍ଥଳରେ ଉପସ୍ଥିତ ରହି ଉଦ୍ଧାର ଓ ଚିକିତ୍ସା କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି।

ସୂଚନାଯୋଗ୍ୟ, ସୋମବାର ସକାଳ ସମୟରେ ତେଲଙ୍ଗାନାରେ ଥିବା ପଶାମିଲାରାମ ସିଗାଚି ରାସାୟନିକ କାରଖାନାରେ ହଠାତ୍ ଭୟଙ୍କର ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ କାରଖାନାର ଛାତର ଭଗ୍ନାବଶେଷ ଉଡ଼ି ନିକଟବର୍ତ୍ତୀ ଗଛ ଉପରେ ପଡ଼ିଥିଲା। ଜଣେ ଶ୍ରମିକ କହିଛନ୍ତି ଯେ ଜଳଖିଆ ପରେ ସେମାନେ କାମ ଆରମ୍ଭ କରିବାକୁ ଫେରିବା ମାତ୍ରେ ହଠାତ୍ ଏକ ଜୋରରେ ବିସ୍ଫୋରଣ ହୋଇଥିଲା ଏବଂ ଚାରିଆଡ଼େ ଧୂଆଁ ବ୍ୟାପି ଯାଇଥିଲା। ସେହି ସମୟରେ, ନିକଟସ୍ଥ ଏକ କାରଖାନାରେ କାମ କରୁଥିବା ଜଣେ ଶ୍ରମିକ କହିଛନ୍ତି ଯେ ବିସ୍ଫୋରଣ ଯୋଗୁଁ ଅଧ କିଲୋମିଟର ଦୂରରେ ଥିବା ଅନେକ ଘରର କାଚ ଝରକା ଭାଙ୍ଗି ଯାଇଛି। ଏଥିରେ ପ୍ରାୟ ୪୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ, ଅନେକ ଗୁରୁତର ଆହତ ହୋଇ ଅନେକ ସରକାରୀ ଓ ବେସରକାରୀ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।

Leave A Reply

Your email address will not be published.