ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ପୁଣି ଜାମିନ୍ ଆବେଦନ କଲେ ଜଗନ୍ନାଥ ପ୍ରଧାନ

0

ଭୁବନେଶ୍ବର: ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାରେ ବିଜେପି ନେତା ଜଗା ପ୍ରଧାନ ପୁଣି ଜାମିନ୍ ଆବେଦନ କରିଛନ୍ତି। ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍‌ କୋର୍ଟରେ ଜାମିନ୍ ଆବେଦନ କଲେ। ଗତକାଲି SDJM କୋର୍ଟରେ ଜାମିନ୍ ଆବେଦନ ଖାରଜ ହୋଇଥିଲା। ସୋମବାର ବିଏମସିର ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାରେ ଗୁରୁବାର ଆତ୍ମସମର୍ପଣ କରିବା ପରେ ଜଗନ୍ନାଥ ପ୍ରଧାନଙ୍କୁ କମିଶନରେଟ ପୋଲିସ୍ ଗିରଫ କରିଛି। ତାଙ୍କ ନାଁରେ ୧୨୧(୨) ଧାରା ଭଳି ସଙ୍ଗୀନ ଧାରା ଲଗାଇ ତାଙ୍କୁ ଗିରଫ କରିଛି ପୋଲିସ୍। ତେବେ ତାଙ୍କ ଓକିଲ ଜାମିନ୍ ଆବେଦନ କରିଥିବା ବେଳେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଜାମିନ ଆବେଦନକୁ JMFC କୋର୍ଟ ଖାରଜ କରିଦେଇଥିଲେ। ଫଳରେ ତାଙ୍କୁ ୧୪ ଦିନିଆ ନ୍ୟାୟିକ ହାଜତକୁ ପଠାଇଦିଆଯାଇଛି। ଏବେ ସିଏ ଝାଡପଡା ଜେଲରେ ଅଛନ୍ତି।

ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତାର ବିଭିନ୍ନ ଦଫା ଲଗାଇଛି ପୁଲିସ। ଦଫା ୩୩୩, ୧୨୧(୧), ୧୨୧(୨), ୩୫୧(୨), ୬୨ ଓ ୩୦୪ରେ ମାମଲା ରୁଜୁ କରାଯାଇଛି। ଗୁରୁବାର ରାତିରେ ସମର୍ଥକଙ୍କୁ ଧରି ଡିସିପି କାର୍ଯ୍ୟାଳୟରେ ପହଞ୍ଚିଥିଲେ ଜଗନ୍ନାଥ ପ୍ରଧାନ। ଆତ୍ମସମର୍ପଣ କଲା ପରେ କମିସନରେଟ ପୁଲିସ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିଥିଲା। ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ଅଭିଯୋଗରେ ପୁଲିସ ତାଙ୍କୁ ଗିରଫ କରିଥିଲା। ଏହା ପରେ ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲ ନେଇଥିଲା ।କୋର୍ଟ ତାଙ୍କର ଜାମିନକୁ ନାମଞ୍ଜୁର କରିଦେବା ପରେ ୧୪ ଦିନ ପାଇଁ ବିଚାର ବିଭାଗୀୟ ଜେଲକୁ ଯାଇଛନ୍ତି ଜଗନ୍ନାଥ ପ୍ରଧାନ। ହେଲେ ସେ ଆଜି ପୁଣି ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍‌ କୋର୍ଟରେ ଜାମିନ୍ ଆବେଦନ କରିଛନ୍ତି।

Leave A Reply

Your email address will not be published.