ପ୍ରମୁଖ ଖବର

ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ
ଡିସିପି ଅଫିସରେ ଆତ୍ମସମର୍ପଣ ପରେ ଗିରଫ ହେଲେ ଜଗନ୍ନାଥ ପ୍ରଧାନ
ଦେବାଶିଷ ସିଂହ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ
ସ୍କୁଲ ଗ୍ରେଡିଂ ସିଷ୍ଟମ: ଜାତୀୟ ସ୍ତରରେ ୫ମ ସ୍ଥାନରେ ଓଡ଼ିଶା
ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ଵସ୍ତି
ଆସନ୍ତା ୬ରେ ହୀରାକୁଦରୁ ଛଡାଯିବ ପ୍ରଥମ ବନ୍ୟାଜଳ
ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍
କଟକ: ଡ୍ୟୁଟି ସାରି ଫେରିବା ବେଳେ ମହିଳା ହୋମ୍‌ଗାର୍ଡଙ୍କ ଉପରେ ଚଢିଗଲା ଟ୍ରକ୍

ହୀରାକୁଦରୁ ଛଡାଗଲା ଚଳିତବର୍ଷର ପ୍ରଥମ ବନ୍ୟାଜଳ

0

ସମ୍ବଲପୁର: ଆଜି ହୀରାକୁଦ ଛାଡ଼ିଲା ଚଳିତବର୍ଷର ପ୍ରଥମ ବନ୍ୟାଜଳ। ପ୍ରଥମେ ୭ ନମ୍ବର ଫାଟକ ଖୋଲାଯାଇଥିଲା ପରେ ଡ୍ୟାମର ୧୨ଟି ଗେଟ୍‌ ଖୋଲାଯାଇଥିବା ସୂଚନା ରହିଛି। ବାମପଟର ୮ ଏବଂ ଦକ୍ଷିଣପାର୍ଶ୍ବରେ ୪ଟି ଗେଟ୍‌ ଖୋଲାଯାଇଛି। ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ବର୍ତ୍ତମାନ ଜଳଭଣ୍ଡାରରେ ୬୦୯.୦୬ ଫୁଟ ଉଚ୍ଚତାର ଜଳ ରହିଛି।

ଏହି ସମୟରେ ଜଳଭଣ୍ଡାରକୁ ୧,୩୦,୦୨୮ କ୍ୟୁସେକ୍ ପ୍ରବେଶ କରୁଥିବା ବେଳେ ସର୍ବମୋଟ ୩୮୧୬୪ କ୍ୟୁସେକ୍ ଜଳ ନିଷ୍କାସିତ ହେଉଥିଲା। ସେଥିରୁ ବିଦ୍ୟୁତ୍ ଉତ୍ପାଦନ ନିମନ୍ତେ ପାୱାର ଚାନେଲ ଦେଇ ୩୪,୩୧୩ କ୍ୟୁସେକ୍ ଓ ଜଳସେଚନ ପାଇଁ ୩୨୨୩ କ୍ୟୁସେକ୍ ପାଣି ଛଡ଼ାଯାଇଥିବା ବେଳେ ଶିଳ୍ପାନୁଷ୍ଠାନଗୁଡ଼ିକ ୨୩୪ କ୍ୟୁସେକ୍ ପାଣି ଟାଣୁଛନ୍ତି।
ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ଏହି ଗେଟ୍‌ ଖୋଲାଯାଇଛି। ବନ୍ୟାଜଳ ନିୟନ୍ତ୍ରଣ ଲାଗି ବନ୍ଧ କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଛନ୍ତି। ଛତିଶଗଡ଼ରେ କ୍ରମାଗତ ବର୍ଷା ଲାଗି ରହିଥିବାରୁ ହୀରାକୁଦ ଉପରେ ଥିବା କଲମା ଆନିକଟର ସମସ୍ତ ଫାଟକ ଖୋଲି ଦିଆଯାଇଥିଲା । ଯାହାଫଳରେ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଥିଲା।

ଅପରପକ୍ଷେ ନଦୀବନ୍ଧରୁ ଫାଟକ ଖୋଲାଯିବାକୁ ନେଇ ତଳମୁଣ୍ଡରେ ଥିବା ୧୩ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ବାର୍ତ୍ତା ପଠାଯାଇଛି। ଅନୁରୂପ ଭାବେ ସମ୍ବଲପୁର ସହରାଞ୍ଚଳରେ ଡାକବାଜି ଯନ୍ତ୍ର ମାଧ୍ୟମରେ ଜଳଭଣ୍ଡାରର ଫାଟକ ଖୋଲିବା ନେଇ ପ୍ରଚାର ଓ ଜନସଚେତନତା କରାଯାଉଛି। ତେଣୁ ନଦୀ ମଧ୍ୟକୁ ପ୍ରବେଶ ଓ ଅନ୍ୟାନ୍ୟ ବ୍ୟବହାର ପାଇଁ ଜନସାଧାରଣ ସତର୍କତା ଅବଲମ୍ବନ କରିବାକୁ ମହାନଦୀ ଅବବାହିକାର ମୁଖ୍ୟଯନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Leave A Reply

Your email address will not be published.