ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ହୀରାକୁଦରୁ ଛଡାଗଲା ଚଳିତବର୍ଷର ପ୍ରଥମ ବନ୍ୟାଜଳ

0

ସମ୍ବଲପୁର: ଆଜି ହୀରାକୁଦ ଛାଡ଼ିଲା ଚଳିତବର୍ଷର ପ୍ରଥମ ବନ୍ୟାଜଳ। ପ୍ରଥମେ ୭ ନମ୍ବର ଫାଟକ ଖୋଲାଯାଇଥିଲା ପରେ ଡ୍ୟାମର ୧୨ଟି ଗେଟ୍‌ ଖୋଲାଯାଇଥିବା ସୂଚନା ରହିଛି। ବାମପଟର ୮ ଏବଂ ଦକ୍ଷିଣପାର୍ଶ୍ବରେ ୪ଟି ଗେଟ୍‌ ଖୋଲାଯାଇଛି। ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ବର୍ତ୍ତମାନ ଜଳଭଣ୍ଡାରରେ ୬୦୯.୦୬ ଫୁଟ ଉଚ୍ଚତାର ଜଳ ରହିଛି।

ଏହି ସମୟରେ ଜଳଭଣ୍ଡାରକୁ ୧,୩୦,୦୨୮ କ୍ୟୁସେକ୍ ପ୍ରବେଶ କରୁଥିବା ବେଳେ ସର୍ବମୋଟ ୩୮୧୬୪ କ୍ୟୁସେକ୍ ଜଳ ନିଷ୍କାସିତ ହେଉଥିଲା। ସେଥିରୁ ବିଦ୍ୟୁତ୍ ଉତ୍ପାଦନ ନିମନ୍ତେ ପାୱାର ଚାନେଲ ଦେଇ ୩୪,୩୧୩ କ୍ୟୁସେକ୍ ଓ ଜଳସେଚନ ପାଇଁ ୩୨୨୩ କ୍ୟୁସେକ୍ ପାଣି ଛଡ଼ାଯାଇଥିବା ବେଳେ ଶିଳ୍ପାନୁଷ୍ଠାନଗୁଡ଼ିକ ୨୩୪ କ୍ୟୁସେକ୍ ପାଣି ଟାଣୁଛନ୍ତି।
ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ଏହି ଗେଟ୍‌ ଖୋଲାଯାଇଛି। ବନ୍ୟାଜଳ ନିୟନ୍ତ୍ରଣ ଲାଗି ବନ୍ଧ କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଛନ୍ତି। ଛତିଶଗଡ଼ରେ କ୍ରମାଗତ ବର୍ଷା ଲାଗି ରହିଥିବାରୁ ହୀରାକୁଦ ଉପରେ ଥିବା କଲମା ଆନିକଟର ସମସ୍ତ ଫାଟକ ଖୋଲି ଦିଆଯାଇଥିଲା । ଯାହାଫଳରେ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଥିଲା।

ଅପରପକ୍ଷେ ନଦୀବନ୍ଧରୁ ଫାଟକ ଖୋଲାଯିବାକୁ ନେଇ ତଳମୁଣ୍ଡରେ ଥିବା ୧୩ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ବାର୍ତ୍ତା ପଠାଯାଇଛି। ଅନୁରୂପ ଭାବେ ସମ୍ବଲପୁର ସହରାଞ୍ଚଳରେ ଡାକବାଜି ଯନ୍ତ୍ର ମାଧ୍ୟମରେ ଜଳଭଣ୍ଡାରର ଫାଟକ ଖୋଲିବା ନେଇ ପ୍ରଚାର ଓ ଜନସଚେତନତା କରାଯାଉଛି। ତେଣୁ ନଦୀ ମଧ୍ୟକୁ ପ୍ରବେଶ ଓ ଅନ୍ୟାନ୍ୟ ବ୍ୟବହାର ପାଇଁ ଜନସାଧାରଣ ସତର୍କତା ଅବଲମ୍ବନ କରିବାକୁ ମହାନଦୀ ଅବବାହିକାର ମୁଖ୍ୟଯନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Leave A Reply

Your email address will not be published.