ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା

ଆଜି ମହାପ୍ରଭୁଙ୍କ ସୁନାବେଶ

0

ପୁରୀ: ଆଜି ମହାବାହୁଙ୍କ ସୁନାବେଶ। ମହଣ ମହଣ ସୁନାରେ ଆଭୂଷିତ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀଜିଉଙ୍କ ସମସ୍ତ ଚିତ୍ତାକର୍ଷକ ବେଶ ମଧ୍ୟରେ ସୁନାବେଶ ଅର୍ଥାତ ବଡ ତଢାଉ ବେଶ ଅନ୍ୟତମ। ଜଗତର ନାଥ, ଶ୍ରୀକ୍ଷେତ୍ରାଧିପତି ଶୃଙ୍ଗାର ପ୍ରିୟ ମହାପ୍ରଭୁଙ୍କ ଆଜି ଦୁର୍ଲ୍ଲଭ ସୁନାବେଶ। ମହଣ ମହଣ ସୁନାରେ ଝଟକୁଛନ୍ତି ଶ୍ରୀଜିଉ। ଶ୍ରୀକ୍ଷେତ୍ରାଧିପତିଙ୍କ ଏହି ଦୁର୍ଲ୍ଲଭ ଅପୂର୍ବ ବେଶ ଦର୍ଶନ କରି କୃତ୍ୟ କୃତ୍ୟ ହେଉଛନ୍ତି ଲକ୍ଷ ଲକ୍ଷ ଭକ୍ତ।
୧୩୮ ପ୍ରକାରର ସ୍ବର୍ଣ୍ଣ ଅଳଙ୍କାରରେ ଝଲସିବେ ଶ୍ରୀଜିଉ। ଏହି ମନମୁଗ୍ଧକର ବେଶ ବର୍ଷକରେ ଥରେ ରଥ ଉପରେ ଅନୁଷ୍ଠିତ ହେଉଥିବା ବେଳେ ଏହି ବେଶରେ ଦର୍ଶନ କଲେ ଅଶେଷ ପୁଣ୍ୟ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି । ତିନି ରଥରେ ରଥାରୂଢ଼ ଦାରୁଦେବତାଙ୍କୁ ପାଳିଆ ପୁଷ୍ପାଳକ, ଦଇତାପତି, ଖୁଣ୍ଟିଆ ମେକାପ, ତଳୁଚ୍ଛ, ଭିତରଚ୍ଛ ପ୍ରମୁଖ ସୁନାବେଶ ଆଭୂଷଣ ଲାଗି କରିଥାନ୍ତି । ସନ୍ଧ୍ୟାରୁ ରାତ୍ର ୧୧ଟା ପର୍ଯ୍ୟନ୍ତ ଏହି ଦୁର୍ଲ୍ଲଭ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । ଏଥିପାଇଁ ଆଜି ଜନସମୁଦ୍ର ପାଲଟିଛି ବାଡଦାଣ୍ଡ ।ସୁନାବେଶ ପାଇଁ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ମାର୍କେଟ ଛକରୁ ବ୍ୟାରିକେଡ଼ କରାଯାଇଛି । ଶ୍ରଦ୍ଧାଳୁ ମାର୍କେଟ ଛକରୁ ବ୍ୟାରିକେଡରେ ଆସି ବେଶ ଦେଖିବା ପରେ ତିନିରଥ ପଛପଟ ରାସ୍ତା ଦେଇ ପ୍ରସ୍ଥାନ କରିବାର ବ୍ୟବସ୍ଥା କରାଯାଇଛି ।

ଅନ୍ୟପକ୍ଷେ ସୁନାବେଶ ସାଆନ୍ତେଙ୍କୁ ଦର୍ଶନ କରିବାକୁ ଆତୁର ହୋଇପଡିଛନ୍ତି ଭକ୍ତ। ଶ୍ରୀକ୍ଷେତ୍ର ଆସିବାକୁ ରାସ୍ତାରେ ପଛକୁ ପଛ ଲମ୍ବିଛି ଗାଡ଼ିର ଲମ୍ବା ଲାଇନ। ଅନ୍ୟପକ୍ଷେ ଟ୍ରାଫିକ କଣ୍ଟ୍ରୋଲ ରୁମରୁ ସ୍ଥିତି ଅନୁଧ୍ୟାନ କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ ୱାଇବି ଖୁରାନିଆ। ପୁରୀରେ କେତେ ଗାଡ଼ି ପ୍ରବେଶ କରୁଛି ଏବଂ ବାହାରୁଛି ସବୁ ଉପରେ ନଜର ରଖାଯାଇଛି।

Leave A Reply

Your email address will not be published.