ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

0

ମୁମ୍ବାଇ: ମୁମ୍ବାଇର କୋକିଳା ବେନ୍ ଧୀରୁଭାଇ ଅମ୍ବାନୀ ଡ଼ାକ୍ତରଖାନାରୁ ଆଜି ଡିସଚାର୍ଜ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବର୍ତ୍ତମାନ ସମ୍ପୂର୍ଣ ସୁସ୍ଥ ଅଛନ୍ତି ନବୀନ ପଟ୍ଟନାୟକ। ଏହି ସପ୍ତାହରେ ସେ ମୁମ୍ବାଇରେ ରହିବା ନେଇ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି ତାଙ୍କର ରାଜନୈତିକ ସଚିବ ସଂତୃପ୍ତ ମିଶ୍ର।

ସଂତୃପ୍ତ ମିଶ୍ର କହିଛନ୍ତି ଯେ, ଅସ୍ତ୍ରୋପଚାର ପରେ ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତେବେ ଡାକ୍ତରଙ୍କ ପରାମର୍ଶ ଅନୁସାରେ ସେ ଆଉ କିଛି ଦିନ ମୁମ୍ବାଇରେ ରହି ଆବଶ୍ୟକ ଚିକିତ୍ସା ଓ ପର୍ଯ୍ୟବେକ୍ଷଣ ଜାରି ରଖିବେ। ତେବେ କେବେ ଭୁବନେଶ୍ବର ଫେରିବେ ସେନେଇ ଶ୍ରୀ ମିଶ୍ର ନିର୍ଦ୍ଧିଷ୍ଟ ସମୟ ସଂପର୍କରେ ସୂଚନା ଦେଇ ନାହାନ୍ତି।

ସୂଚନାଯୋଗ୍ୟ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସର୍ଭିକାଲ ଆର୍ଥ୍ରାଇଟିସ୍‌ ସମସ୍ୟା ନେଇ ଚିକିତ୍ସା ପାଇଁ ଜୁନ୍ ୨୦ ତାରିଖରେ ମୁମ୍ବାଇ ଯାଇଥିଲେ। ସେଠାରେ ଧୀରୁଭାଇ ଅମ୍ବାନୀ ହସ୍‌ପିଟାଲରେ ଜୁନ୍‌ ୨୨ ତାରିଖରୁ ତାଙ୍କର ଚିକିତ୍ସା ଆରମ୍ଭ ହୋଇଥିଲା। ସେଠାରେ ତାଙ୍କ ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ଏହି ଚିକିତ୍ସା ହୋଇଥିଲା।

Leave A Reply

Your email address will not be published.