ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ପିତା ଦାଉଲାଲ ବୈଷ୍ଣବଙ୍କ ପରଲୋକ

0

ନୂଆଦିଲ୍ଲୀ: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ପିତା ଦାଉଲାଲ ବୈଷ୍ଣବଙ୍କ ପରଲୋକ ଘଟିଛି। ଦୀର୍ଘ ଦିନ ଧରି ଶ୍ୱାସକ୍ରିୟାରେ ସମସ୍ୟା ହେତୁ ତାଙ୍କୁ ଯୋଧପୁର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତ କିଛି ଦିନ ଧରି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା।

ଯୋଧପୁର ଏମ୍ସ ଆଜି କହିଛି ଯେ, ସେ ସକାଳ ୧୧:୫୨ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ଦୌଲାଲ ବୈଷ୍ଣବ ତାଙ୍କ ଗ୍ରାମର ସରପଞ୍ଚ ମଧ୍ୟ ରହିସାରିଛନ୍ତି ଏବଂ ସାମାଜିକ କାର୍ଯ୍ୟରେ ସକ୍ରିୟ ଭୂମିକା ଗ୍ରହଣ କରିଆସୁଛନ୍ତି। ସେ ଦୀର୍ଘ ସମୟ ଧରି ଯୋଧପୁରରେ ଜଣେ ଓକିଲ ଏବଂ ଟିକସ ପରାମର୍ଶଦାତା ଭାବରେ କାର୍ଯ୍ୟ କରିଛନ୍ତି।

ସୂଚନା ଅନୁଯାୟୀ, ଦୌଲାଲ ବୈଷ୍ଣବଙ୍କ ଶେଷକୃତ୍ୟ ଆଜି ଯୋଧପୁରରେ କରାଯିବ। ଏଥିପାଇଁ ପରିବାର ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପିତାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.