ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ପିତା ଦାଉଲାଲ ବୈଷ୍ଣବଙ୍କ ପରଲୋକ

0

ନୂଆଦିଲ୍ଲୀ: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ପିତା ଦାଉଲାଲ ବୈଷ୍ଣବଙ୍କ ପରଲୋକ ଘଟିଛି। ଦୀର୍ଘ ଦିନ ଧରି ଶ୍ୱାସକ୍ରିୟାରେ ସମସ୍ୟା ହେତୁ ତାଙ୍କୁ ଯୋଧପୁର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତ କିଛି ଦିନ ଧରି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା।

ଯୋଧପୁର ଏମ୍ସ ଆଜି କହିଛି ଯେ, ସେ ସକାଳ ୧୧:୫୨ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ଦୌଲାଲ ବୈଷ୍ଣବ ତାଙ୍କ ଗ୍ରାମର ସରପଞ୍ଚ ମଧ୍ୟ ରହିସାରିଛନ୍ତି ଏବଂ ସାମାଜିକ କାର୍ଯ୍ୟରେ ସକ୍ରିୟ ଭୂମିକା ଗ୍ରହଣ କରିଆସୁଛନ୍ତି। ସେ ଦୀର୍ଘ ସମୟ ଧରି ଯୋଧପୁରରେ ଜଣେ ଓକିଲ ଏବଂ ଟିକସ ପରାମର୍ଶଦାତା ଭାବରେ କାର୍ଯ୍ୟ କରିଛନ୍ତି।

ସୂଚନା ଅନୁଯାୟୀ, ଦୌଲାଲ ବୈଷ୍ଣବଙ୍କ ଶେଷକୃତ୍ୟ ଆଜି ଯୋଧପୁରରେ କରାଯିବ। ଏଥିପାଇଁ ପରିବାର ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପିତାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.