ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ମେଘନାଦ ପାଚେରୀ ଡେଇଁ ଶ୍ରୀମନ୍ଦିରକୁ ପଶିଲେ ୪ ଯୁବକ

0

ପୁରୀ: ମେଘନାଦ ପାଚେରି ଡେଇଁ ଶ୍ରୀମନ୍ଦିରରେ ପଶିଲେ ୪ ଜଣ ଯୁବକ। ଦକ୍ଷିଣ ଦ୍ୱାର ମେଘନାଦ ପାଚେରି ଉପରେ ଚଢି ଭିତରକୁ ଗଲେ ଏହି ଯୁବକ ମାନେ। ଶ୍ରୀମନ୍ଦିର ବାହାରେ ଓ ଭିତରେ ମାଳମାଳ ସୁରକ୍ଷାକର୍ମୀ ନିଯୁକ୍ତ ହେବା ସତ୍ତ୍ବେ ସବୁ ସୁରକ୍ଷାକୁ ଭେଦ କରି କିପରି ମେଘନାଦ ପାଚେରୀ ଉପରେ ଚଢି ଶ୍ରୀମନ୍ଦିର ଭିତରକୁ ଚାଲିଗଲେ ଚାରି ଜଣ ଯୁବକ ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ପୁଣି ପୁରୀ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଉପରେ ଉଠିଲା ପ୍ରଶ୍ନ ।

ରଥଯାତ୍ରା ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଶ୍ରୀମନ୍ଦିର ବାହାରେ ଓ ଭିତରେ ମାଳମାଳ ସୁରକ୍ଷାକର୍ମୀ ଜଗିଥିବା ବେଳେ ନିଳାଦ୍ରୀ ବିଜେ ଦିନ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ଦକ୍ଷିଣଦ୍ୱାର ଠାରେ ଗଦା ହୋଇଥିବା ଅଳିଆ ଗଦା ଉପରେ ଚଢି ମେଘନାଦ ପାଚେରୀ ଉପରେ ଚଢି ଏହି ଯୁବକ ଶ୍ରୀମନ୍ଦିର ଭିତରକୁ ଯାଇଥିଲେ। ଯାହାର ଦୃଶ୍ୟ ଭାଇରାଲ ହେବାରେ ଲାଗିଛି।

ତେବେ ଏହି ୪ ଜଣ ଯୁବକ କେଉଁ ଉଦ୍ଦେଶ୍ୟ ନେଇ ଚଢି ଭିତରକୁ ଗଲେ ଏବଂ ସୁରକ୍ଷାକର୍ମୀ ଏନେଇ ଅବଗତ ଥିଲେ ନା ସୁରକ୍ଷାରେ ଅବହେଳା ହୋଇଛି ତାହାର ତଦନ୍ତ ହେଉବୋଲି ସାଧାରଣରେ ଦାବି ହୋଇଛି। ଏଭଳି ଘଟଣା ସାମ୍ନାକୁ ଆସିବା ପରେ କ୍ଷୋଭ ପ୍ରକାଶ କରିଛନ୍ତି ଜଗନ୍ନାଥ ପ୍ରେମୀ ଓ ବୁଦ୍ଧିଜୀବୀ।

ସୁରକ୍ଷା ଉପରେ ପ୍ରଶ୍ନ ଉଠିବା ପରେ ସାମ୍ନାକୁ ଆସିଲା ପୁରୀ ଏସପିଙ୍କ ପ୍ରତିକ୍ରିୟା। ମେଘନାଦ ପାଚେରି କଡ଼ରେ କିଏ ମାଟି ପକାଇଥିଲା ତାହାର ତଦନ୍ତ ହେବ। ତଦନ୍ତ ପରେ ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ଏସପି ପିନାକ ମିଶ୍ର।

Leave A Reply

Your email address will not be published.