ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ଜଗା ପ୍ରଧାନଙ୍କୁ ମିଳିଲା ଜାମିନ

0

ଭୁବନେଶ୍ବର: ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ। ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍ କୋର୍ଟ ଜଗନ୍ନାଥ ପ୍ରଧାନଙ୍କ ଆବେଦନର ଶୁଣାଣି କରି ଜାମିନ ପ୍ରଦାନ କରିଛନ୍ତି। ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ମୁଚାଲିକାରେ ଜାମିନ। ନିକଟରେ ବିଏମସି ଅଧିକାରୀଙ୍କୁ ମାଡ଼ ଘଟଣାରେ ଜଗନ୍ନାଥ ଗିରଫ ହୋଇଥିଲେ। ଗତ ଗୁରୁବାର ଦିନ ରାତିରେ ଜଗା ପ୍ରଧାନ ଭୁବନେଶ୍ବର ଡିସିପି ଅଫିସରେ ଆତ୍ମସମର୍ପଣ କରିଥିଲେ।
ସୂଚନାଯୋଗ୍ୟ,ଭୁବନେଶ୍ୱର ମହାନଗର ନିଗମ ଅତିରିକ୍ତ କମିଶନରଙ୍କ ଉପରେ ଆକ୍ରମଣ ମାମଲାରେ ତାଙ୍କୁ ଗିରଫ କରାଯାଇଥିଲା। ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଭାରତୀୟ ନୂତନ ସଂହିତା ଅଧୀନରେ ୧୧ଟି ଧାରା ଯଥା ୩୩୩, ୧୩୨, ୧୨୧(୧), ୧୨୧(୨), ୩୫୧(୨), ୬୨, ୩୦୪, ୫୪, ୬୧(୨), ୧୮୯(୨), ଓ ୧୯୦/୩(୫) ଅନୁଯାୟୀ ଅଭିଯୋଗ ରୁଜୁ ହୋଇଥିଲା। ପୂର୍ବରୁ କୋର୍ଟରେ ଜଗନ୍ନାଥଙ୍କ ଜାମିନ ଆବେଦନ ନାମଞ୍ଜୁର ହେବା ପରେ ତାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା।

ଘଟଣା ଅନୁଯାୟୀ, ଗତ ୩୦ ଜୁନରେ ବିଏମସି କାର୍ଯ୍ୟାଳୟରେ ଜନଅଭିଯୋଗ ଶୁଣାଣି ସମୟରେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ୬-୭ ଜଣଙ୍କ ଏକ ଗୋଷ୍ଠୀ ଆକ୍ରମଣ କରିଥିଲେ। ସାହୁ ଅଭିଯୋଗ କରିଥିଲେ ଯେ, ଆକ୍ରମଣକାରୀମାନେ ତାଙ୍କୁ କଲରରୁ ଧରି ଟାଣି ନେଇ ମାରପିଟ କରିଥିଲେ ଏବଂ ଜଗନ୍ନାଥ ପ୍ରଧାନଙ୍କ ନାଁରେ ଅପମାନଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗ କରିଥିଲେ। ଏହି ଘଟଣାରେ ପୋଲିସ ପୂର୍ବରୁ ୫ ଜଣଙ୍କୁ ଗିରଫ କରିଥିଲା, ଯେଉଁମାନଙ୍କ ମଧ୍ୟରେ ଭାଜପା କର୍ପୋରେଟର ଜୀବନ ରାଉତ, ରଶ୍ମି ରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ, ସଚିକାନ୍ତ ସ୍ୱାଇଁ ଓ ସଞ୍ଜୀବ ମିଶ୍ର ରହିଛନ୍ତି।

Leave A Reply

Your email address will not be published.