ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା

0

ଡୁଙ୍ଗୁରିପାଲି: ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ରାମପୁର ଥାନା ଗଜବନ୍ଧ ପଞ୍ଚାୟତରେ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ଆସିଛି। ମୃତକ ହେଲେ ବଲ୍ଲଭ ଖେତି। ମୃତକ ବଲ୍ଲଭ ଖେତି ଗଜବନ୍ଧର ପୂର୍ବତନ ସରପଞ୍ଚ ଏବଂ ବର୍ତ୍ତମାନର ସରପଞ୍ଚ ବାସନ୍ତୀ ଖେତିଙ୍କ ସ୍ୱାମୀ ଥିଲେ।

ପ୍ରାଥମିକ ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ବଲ୍ଲଭ ଘରକୁ ଫେରୁଥିବାବେଳେ ପଣ୍ଡରାପାଲି ଗ୍ରାମ ନିକଟରେ ତାଙ୍କୁ କିଛି ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିଲେ। ପରେ ଗାଁ ଲୋକେ ତାଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ଦେଖି ଡୁଙ୍ଗୁରିପାଲିର ସାମୁଦାୟିକ ସ୍ୱାସ୍ଥ୍ୟ କେନ୍ଦ୍ର (ସିଏଚସି)କୁ ନେଇଯାଇଥିଲେ ଯେଉଁଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଘଟଣା ବିଷୟରେ ସୂଚନା ପାଇବା ପରେ, ରାମପୁର ଥାନା ପୋଲିସ ଟିମ ଡାକ୍ତରଖାନାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତଦେହ ପୋଷ୍ଟମର୍ଟମ ପାଇଁ ପଠାଯାଇଛି। ଇତିମଧ୍ୟରେ, ପୋଲିସ ପଚରାଉଚରା ପାଇଁ ଦୁଇ ଜଣଙ୍କୁ ଅଟକ ରଖିଛି ଏବଂ ହତ୍ୟାକାଣ୍ଡ ସହିତ ଜଡିତ ଅନ୍ୟ ଦୁଇ ସନ୍ଦିଗ୍ଧଙ୍କୁ ଖୋଜୁଛି। ହତ୍ୟାର କାରଣ ସ୍ପଷ୍ଟ ହୋଇ ନ ଥିଲେ ହେଁ, ପୂର୍ବ ଶତ୍ରୁତାରୁ ଏହା ଘଟିଥିବା ଅନୁମାନ କରାଯାଉଛି ।

Leave A Reply

Your email address will not be published.