ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ରାଖୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଯୋଜନାର ୩ୟ କିସ୍ତି

0

ଭୁବନେଶ୍ବର: ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା। ଏ ନେଇ ତାରିଖ ଘୋଷଣା କରିସାରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ୨ଟି ପର୍ଯ୍ୟାୟରେ ୧୦ ହଜାର ଟଙ୍କା ମିଳିସାରିଛି। ଆଉ କିଛି ଦିନ ପରେ ସୁଭଦ୍ରାର ୩ୟ କିସ୍ତି ଟଙ୍କା ହିତାଧିକାରୀଙ୍କ ଖାତାକୁ ଆସିବ।
ସରକାରଙ୍କ ଘୋଷଣା ଅନୁସାରେ ରାଖୀ ପୂର୍ଣ୍ଣିମା ଅର୍ଥାତ୍‌ ଅଗଷ୍ଟ ୯ ତାରିଖରେ ୩ୟ କିସ୍ତି ଟଙ୍କା ମିଳିବ। ଅର୍ଥାତ୍‌ ୧୫ ହଜାର ଟଙ୍କା ଖାତାକୁ ଆସିବ। କିନ୍ତୁ କେବଳ ଯୋଗ୍ୟ ହିତାଧିକାରୀ ହିଁ ପାଇବେ। ଅଯୋଗ୍ୟ ହିତାଧିକାରୀ ଆବେଦନ କରିଲେ ନାଁ ସରକାର କାଟିଦେବେ।

୨ୟ କିସ୍ତି ଟଙ୍କା ମାର୍ଚ୍ଚ ୮ ତାରିଖରେ ମହିଳାଙ୍କ ଖାତାକୁ ଆସିଥିଲା। ଏହାପରେ ଆସନ୍ତା ରାଖୀ ପୂର୍ଣ୍ଣିମାରେ ୩ୟ କିସ୍ତି ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଥିଲେ। ସୁଭଦ୍ରା ଯୋଜନାରୁ ଯେପରି କୌଣସି ଯୋଗ୍ୟ ହିତାଧିକାରୀ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ଘର ଘର ବୁଲି ହିତାଧିକାରୀଙ୍କୁ ଚିହ୍ନଟ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପରିଡ଼ା କହିଥିଲେ।

Leave A Reply

Your email address will not be published.