ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ବାଲେଶ୍ୱର ଏଫ୍‌ଏମ୍‌ ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଥାନାରେ ଅଟକ : ପ୍ରିନ୍ସିପାଲ ଏଚ୍‌ଓଡି ନିଲମ୍ବିତ

0

ବାଲେଶ୍ୱର: ବାଲେଶ୍ୱର ଏଫ୍‌ଏମ୍‌ କଲେଜରେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇବା ଘଟଣାରେ ଅଭିଯୁକ୍ତ ଅଧ୍ୟାପକଙ୍କୁ ପୋଲିସ ଅଟକ ରଖିଛି। ଅଧ୍ୟାପକ ଜଣକ ଛାତ୍ରୀଙ୍କୁ ଦୁର୍ବ୍ୟବହାର କରିଥିବା ନେଇ ଛାତ୍ରୀ ଜଣକ ଅଭିଯୋଗ କରି ଶନିବାର ଏଭଳି ପଦକ୍ଷେପ ନେଇଥିଲେ।

ଏପଟେ ବାଲେଶ୍ୱର FM କଲେଜ ପ୍ରିନ୍ସିପାଲ ଦିଲ୍ଲୀପ ଘୋଷ ଓ ଏଜୁକେସନ ବିଭାଗ HOD ସମୀର ସାହୁ ସସ୍‌ପେଣ୍ଡ ହୋଇଛନ୍ତି। ଛାତ୍ରୀ ଆତ୍ମାହୂତୀ ଉଦ୍ୟମ ଘଟଣାରେ ଉଭୟଙ୍କୁ ସସ୍‌ପେଣ୍ଡ କଲେ ଉଚ୍ଚଶିକ୍ଷା ବିଭାଗ। କାର୍ଯ୍ୟାନୁଷ୍ଠାନ ବାବଦରେ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।
ଖବରମୁତାବକ, ଶନିବାର କଲେଜରେ ଛାତ୍ରୀ ଜଣକ ଧାରଣାରେ ବସିଥିଲେ। ପରେ ନିଜେ ଆତ୍ମହତ୍ୟା ଉଦ୍ୟମ କରି ନିଜ ଦେହରେ ନିଆଁ ଲଗାଇ ଦେଇଥିଲେ । ତାଙ୍କ ଶରୀରର ପ୍ରାୟ ୯୦ ଭାଗ ପୋଡି ଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବାଲେଶ୍ୱର ଓ ପରେ ଭୁବ​‌ନେଶ୍ଵର ଏମ୍‌ସକୁ ସ୍ଥାନାନ୍ତର କରାଯାଇଛି। ଛାତ୍ରୀଙ୍କୁ ରକ୍ଷା କରିବାକୁ ଯାଇ ଅନ୍ୟ ଜଣେ ଛାତ୍ରୀ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଛାତ୍ରୀ ହେଲେ ଇଣ୍ଟିଗ୍ରେଟଡ ବିଇଡିର ଦ୍ବିତୀୟ ବର୍ଷ ଛାତ୍ରୀ ବୋଲି ଜଣାପଡିଛି। ଅଧ୍ୟାପକଙ୍କ ନାମରେ ଅଭିଯୋଗ ରହିଥିବାରୁ ସହଦେବଖୁଣ୍ଟା ପୋଲିସ ଅଭିଯୁକ୍ତଙ୍କୁ ଉଠାଇ ନେଇଛି।

Leave A Reply

Your email address will not be published.