ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ବାଲେଶ୍ୱର ଏଫ୍‌ଏମ୍‌ ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଥାନାରେ ଅଟକ : ପ୍ରିନ୍ସିପାଲ ଏଚ୍‌ଓଡି ନିଲମ୍ବିତ

0

ବାଲେଶ୍ୱର: ବାଲେଶ୍ୱର ଏଫ୍‌ଏମ୍‌ କଲେଜରେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇବା ଘଟଣାରେ ଅଭିଯୁକ୍ତ ଅଧ୍ୟାପକଙ୍କୁ ପୋଲିସ ଅଟକ ରଖିଛି। ଅଧ୍ୟାପକ ଜଣକ ଛାତ୍ରୀଙ୍କୁ ଦୁର୍ବ୍ୟବହାର କରିଥିବା ନେଇ ଛାତ୍ରୀ ଜଣକ ଅଭିଯୋଗ କରି ଶନିବାର ଏଭଳି ପଦକ୍ଷେପ ନେଇଥିଲେ।

ଏପଟେ ବାଲେଶ୍ୱର FM କଲେଜ ପ୍ରିନ୍ସିପାଲ ଦିଲ୍ଲୀପ ଘୋଷ ଓ ଏଜୁକେସନ ବିଭାଗ HOD ସମୀର ସାହୁ ସସ୍‌ପେଣ୍ଡ ହୋଇଛନ୍ତି। ଛାତ୍ରୀ ଆତ୍ମାହୂତୀ ଉଦ୍ୟମ ଘଟଣାରେ ଉଭୟଙ୍କୁ ସସ୍‌ପେଣ୍ଡ କଲେ ଉଚ୍ଚଶିକ୍ଷା ବିଭାଗ। କାର୍ଯ୍ୟାନୁଷ୍ଠାନ ବାବଦରେ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।
ଖବରମୁତାବକ, ଶନିବାର କଲେଜରେ ଛାତ୍ରୀ ଜଣକ ଧାରଣାରେ ବସିଥିଲେ। ପରେ ନିଜେ ଆତ୍ମହତ୍ୟା ଉଦ୍ୟମ କରି ନିଜ ଦେହରେ ନିଆଁ ଲଗାଇ ଦେଇଥିଲେ । ତାଙ୍କ ଶରୀରର ପ୍ରାୟ ୯୦ ଭାଗ ପୋଡି ଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବାଲେଶ୍ୱର ଓ ପରେ ଭୁବ​‌ନେଶ୍ଵର ଏମ୍‌ସକୁ ସ୍ଥାନାନ୍ତର କରାଯାଇଛି। ଛାତ୍ରୀଙ୍କୁ ରକ୍ଷା କରିବାକୁ ଯାଇ ଅନ୍ୟ ଜଣେ ଛାତ୍ରୀ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଛାତ୍ରୀ ହେଲେ ଇଣ୍ଟିଗ୍ରେଟଡ ବିଇଡିର ଦ୍ବିତୀୟ ବର୍ଷ ଛାତ୍ରୀ ବୋଲି ଜଣାପଡିଛି। ଅଧ୍ୟାପକଙ୍କ ନାମରେ ଅଭିଯୋଗ ରହିଥିବାରୁ ସହଦେବଖୁଣ୍ଟା ପୋଲିସ ଅଭିଯୁକ୍ତଙ୍କୁ ଉଠାଇ ନେଇଛି।

Leave A Reply

Your email address will not be published.