ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ନର୍ସିଂ ଏକ ମହାନ୍ ବୃତି : ସୋଆ ଉପସଭାପତି

0

ଭୁବନେଶ୍ୱର: ନର୍ସିଂ ଏକ ମହାନ୍ ଓ ଉତମ ବୃତି ଏବଂ ମାନବ ସେବାର ପ୍ରକୃଷ୍ଟ ମାଧ୍ୟମ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ କହିଛନ୍ତି। ସୋଆ ପରିଚାଳିତ ସମ୍ ନର୍ସିଂ କଲେଜ-୨ର (୨୦୨୪-୨୮) ବିଏସ୍‌ସି ନର୍ସିଂ ପ୍ରଥମ ବ୍ୟାଚର ଶନିବାର ଲ୍ୟାମ୍ପ ଲାଇଟିଂ ଏବଂ ଓଥ୍ ଟେକିଂ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହା କହିଛନ୍ତି ଶ୍ରୀମତି ଦାସ ।

ଶ୍ରୀମତି ଦାସ କହିଛନ୍ତି ଯେ ଲ୍ୟାମ୍ପ ଲାଇଟିଂ ସମାରୋହ ମାଧ୍ୟମରେ ସେବିକାମ।ନେ ନର୍ସିଂ ଭଳି ମହାନ ବୃତିରେ ପ୍ରବେଶ କରିଥାନ୍ତି । ଏହା ସେମାନଙ୍କ ଜୀବନର ଏକ ନୂତନ ପର୍ଯ୍ୟାୟ। ଏହି ଶପଥ ପାଠ ସେମାନଙ୍କୁ ଯତ୍ନ ଏବଂ ସେବାର ମନ୍ତ୍ର ପ୍ରଦାନ କରିବ ବୋଲି ଶ୍ରୀମତି ଦାସ କହିଛନ୍ତି। ଏହି ଅବସରରେ ଆଡିସ୍‌ନାଲ୍ ଡାଇରେକ୍ଟର ଡିଏମ୍‌ଇଟି ଡକ୍ଟର ଉମାକାନ୍ତ ଶତପଥୀ ସ୍ୱତନ୍ତ୍ର ଅତିିଥି ଭାବେ ଯୋଗ ଦେଇ ଫ୍ଲୋରେନ୍ସ ନାଇଟେଙ୍ଗଲଙ୍କ ମନୋଭାବ ଏବଂ ପଥକୁ ପାଥେୟ କରି ଶିକ୍ଷା ଗ୍ରହଣ କରିବା ସହ ନିଜ ବୃତିରେ ଆଗେଇବାକୁ ଛାତ୍ରଛାତ୍ରୀମାନଙ୍କୁ ଉପଦେଶ ଦେଇଥିଲେ।
କାର୍ଯ୍ୟକ୍ରମରେ ଓଏନ୍‌ଏମ୍‌ଇବିର ସେକ୍ରେଟାରୀ ଶ୍ରୀମତି ବାସନ୍ତି ବେହେରା, ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍-୨ର ଡିନ୍ ପ୍ରଫେସର (ଡାକ୍ତର) ଅରକ୍ଷିତ ସ୍ୱାଇଁ ଏବଂ ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ରାଜେଶ କୁମାର ଲେଙ୍କା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ। କାର୍ଯ୍ୟକ୍ରମରେ ସମ୍ ନର୍ସିଂ କଲେଜ- ୨ର କୋଅର୍ଡିନେଟର ଶ୍ରୀମତି ଅନୁରାଧା ପଣ୍ଡା ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଏସ୍‌ଏନ୍‌ସିର ନିର୍ଦ୍ଦେଶିକା ପ୍ରଫେସର ପ୍ରଭାତୀ ତ୍ରିପାଠୀ ବିସ୍ତୃତ ତଥ୍ୟ ପ୍ରଦାନ କରିଥିଲେ ।

ଏହି ଅବସରରେ ଛାତ୍ରଛାତ୍ରୀମାନେ ଫ୍ଲୋରେନ୍ସ ନାଇଟେଙ୍ଗଲ୍ ଶପଥ ଗ୍ରହଣ କରିଥିଲେ ।

Leave A Reply

Your email address will not be published.