ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

କଲେଜରେ ନିଜକୁ ଜାଳିଦେଲେ ଛାତ୍ରୀ

0

ବାଲେଶ୍ୱର: ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। କଲେଜରେ ନିଜକୁ ଜାଳିଦେଲେ ଛାତ୍ରୀ। କଲେଜ ଫାଟକ ସମ୍ମୁଖରେ ନ୍ୟାୟ ପାଇଁ ଧାରଣାରେ ବସିଥିବା ଜଣେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଧ୍ୟାପକଙ୍କ ଦୁର୍ବ୍ୟବହାର ଅଭିଯୋଗରେ ଛାତ୍ରୀ ଜଣକ ଜୀବନ ହାରିବା ପାଇଁ ଉଦ୍ୟମ କରିଛନ୍ତି ବୋଲି ଅଭିଯୋଗ ହୋଇଛି। ଅଧ୍ୟାପକ ଜଣକ ହେଲେ ମହାବିଦ୍ୟାଳୟର ଶିକ୍ଷକ ଶିକ୍ଷା ବିଭାଗର ବିଭାଗ ପ୍ରମୁଖ ଅଧ୍ୟାପକ ସମୀର କୁମାର ସାହୁ

ଏଫ୍‌ଏମ୍‌ ମହାବିଦ୍ୟାଳୟର ଗେଟ୍‌ ସମ୍ମୁଖରେ ଛାତ୍ରୀ ଜଣକ ନିଜ ଦେହରେ ପେଟ୍ରୋଲ ଢାଳି ନିଜକୁ ଜାଳି ଦେଇଛନ୍ତି। ତାଙ୍କ ଶରୀରର ପ୍ରାୟ ୯୦ ଭାଗ ପୋଡି ଯାଇଥିବା ବେଳେ ପ୍ରଥମେ ବାଲେଶ୍ୱର ଓ ପରେ କଟକ ସ୍ଥାନାନ୍ତର କରାଯାଇଛି। ଛାତ୍ରୀଙ୍କୁ ରକ୍ଷା କରିବାକୁ ଯାଇ ଅନ୍ୟ ଜଣେ ଛାତ୍ରୀ ମଧ୍ୟ ଗୁରୁତର ହୋଇଛନ୍ତି। ଉଭୟ ଛାତ୍ରୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଛାତ୍ରୀ ଜଣକର ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି।

ସୂଚନା ମୁତାବକ ପାଖାପାଖି ଛଅ ମାସ ତଳେ ଅଧ୍ୟାପକ ଜଣକ ଛାତ୍ରୀଙ୍କ ଠାରୁ ଶାରୀରିକ ପ୍ରାପ୍ୟ ଆଶା କରିଥିଲେ। ମାତ୍ର ଛାତ୍ରୀ ଜଣକ ମନା କରିବାରୁ ଅଧ୍ୟାପକ ସମୀର ସାହୁ ଛାତ୍ରୀ ଜଣଙ୍କୁ ପ୍ରଥମେ କ୍ଲାସ ଅନୁପସ୍ଥିିତିକୁ କେନ୍ଦ୍ରକରି ଫେଲ୍ କରିଦେବାର ଧମକ ଦେଇଥିଲେ ଏବଂ ତାଙ୍କର ବ୍ୟକ୍ତିଗତ ଜୀବନର କିଛି ଘଟଣାକୁ ତାଙ୍କ ପିତାମାତାଙ୍କୁ ଫୋନରେ ଜଣାଇଥିଲେ। ଛାତ୍ରୀ ଜଣକ ଆତ୍ମରକ୍ଷା ପ୍ରଶିକ୍ଷଣରେ ଜଣେ ତାଲିମ ପ୍ରାପ୍ତ ଟ୍ରେନର। ସରକାରୀ ପ୍ରଶିକ୍ଷଣ ଶିବିର ଏବଂ ନିଜର ବ୍ୟକ୍ତିଗତ କାରଣରୁ ବହୁ ସମୟରେ ଅନୁପସ୍ଥିତ ରୁହନ୍ତି। ଏହି ସୁଯୋଗର ଫାଇଦା ଉଠାଇ ବାରମ୍ବାର ଛାତ୍ରୀ ଜଣକୁ ଅପମାନ କରିବା ସହ ଦୀର୍ଘ ମାସ ଧରି ନିର୍ଯାତନା ଦେଇ ଆସୁଥିଲେ। ଏଥିରେ ଅତିଷ୍ଠ ହୋଇ ଛାତ୍ରୀ ଜଣକ ପୂର୍ବରୁ ଆତ୍ମହତ୍ୟା ଉଦ୍ୟମ ମଧ୍ୟ କରିଥିଲେ।

ଏ ନେଇ ଛାତ୍ରୀଜଣକ କଲେଜ ଅଧ୍ୟକ୍ଷ ଓ ସହଦେଵଖୁଣ୍ଟା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏକ କମିଟି ଗଠନ କରାଯାଇ ଘଟଣାର ତଦନ୍ତଭାର ଦିଆଯାଇଥିଲେହେଁ ଏଯାବତ ଛାତ୍ରୀଙ୍କୁ ନ୍ୟାୟ ମିଳିନଥିଲା। ଏ.ଏସ.ପି ନିରଞ୍ଜନ ବେହେରା, ସହଦେବଖୁଣ୍ଟା ଥାନା ଅଧିକାରୀ ଅଜୟ କୁମାର ମୁର୍ମୁଙ୍କ ଉପସ୍ଥିତିରେ କଲେଜ କର୍ତ୍ତୃପକ୍ଷ ଏ ଘଟଣାର ତଦନ୍ତ କରିବା ସହିତ କାର୍ଯ୍ଯାନୁଷ୍ଠାନ ନେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହି ଘଟଣାର ନିରପେକ୍ଷ ତଦନ୍ତ ପୂର୍ବକ ଛାତ୍ରୀଙ୍କୁ ନ୍ୟାୟ ପ୍ରଦାନ ନ କଲେ ଛାତ୍ରୀ ଜଣକ ଆତ୍ମହତ୍ୟା କରିବେ ବୋଲି ଚେତାବନୀ ଦେଇଥିଲେ।

Leave A Reply

Your email address will not be published.