ପ୍ରମୁଖ ଖବର

ମୁମ୍ବାଇର ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ଅନେକ ଆହତ
ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ପାର୍ଥ ଚାଟର୍ଜୀଙ୍କ ଘରେ ଇଡି ଚଢ଼ାଉ
ରିଲାଏନ୍ସ ଅନୁରୋଧରେ ଇରାନୀ ତେଲ ଟ୍ୟାଙ୍କରକୁ ବିଶେଷ ଅନୁମତି
ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର
‘ସିଜିମାଳି’ ପାଇଁ ଜୁଏଲଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର
ସାଗରମାଳା ଯୋଜନାରେ ୩୧୫ ପ୍ରକଳ୍ପ ସମାପ୍ତ

ଏମ୍ସର ସମାବର୍ତ୍ତନ ସମାରୋହରେ ଯୋଗଦେଲେ ରାଷ୍ଟ୍ରପତି

0

ଭୁବନେଶ୍ୱର: ଭୁବନେଶ୍ୱରରେ ପହଁଚିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇଲେ ଥିଲେ। ସେଠାରେ ତାଙ୍କୁ ଭଗ୍ୟ ସ୍ବାଗତ କରାଯାଇଥିଲା। ଏହା ପରେ ଏମ୍ସର ଭୁବନେଶ୍ୱର ସମାବର୍ତ୍ତନ ସମାରୋହରେ ଯୋଗଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ, ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସମେତ ଭୁବନେଶ୍ୱର ସାଂସଦ ଓ ଅନ୍ୟ ପ୍ରମୁଖ ନେତୃବୃନ୍ଦ ଉପସ୍ଥିତ ରହିଛନ୍ତି।

ଏହାପରେ ସେ ରାଜଭବନରେ ରାତ୍ରିଯାପନ କରିବେ। ୧୫ ତାରିଖ ପୂର୍ବାହ୍ନରେ ରାଷ୍ଟ୍ରପତି ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ଏହାପରେ ସେ କଟକର ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟ ଉନ୍ନତୀକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଅପରାହ୍ନରେ କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ଭବନ ଯାଇ ଆଦିକବି ସାରଳା ଦାସଙ୍କ ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ହେବାକୁ ଥିବା ସାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିବା ସହିତ କଳିଙ୍ଗ ପୁରସ୍କାର ୨୦୨୪ ପ୍ରଦାନ କରିବେ। ମଙ୍ଗଳବାର ସନ୍ଧ୍ୟାରେ ସେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.