ପ୍ରମୁଖ ଖବର

ଗୃହପାଳିତ ପୋଷା ପ୍ରାଣୀଙ୍କ ଯତ୍ନ ନିମନ୍ତେ ସୋଆ ଆଇଭିଏସ୍‌ଏଏଚ୍‌ରେ ଖୋଲିଲା ସ୍ପା ଏବଂ ଗ୍ରୁମିଂ ସେଂଟର
ପିପିଲି: ଅଟୋକୁ ଧକ୍କା ଦେଲା ବାଇକ: ଜଣେ ମୃତ, ୪ ଆହତ
ପୁରୀରେ ଦିବ୍ୟାଙ୍ଗ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ
ବିହାର: ମାଲଗାଡ଼ି ଟ୍ରେନ ଲାଇନଚ୍ୟୁତ, ନଦୀକୁ ଖସିଲା ଅନେକ ବଗି

୩ ମାସରେ ଇ-କେୱାଇସି ନ କଲେ କଟାଯିବ କାର୍ଡ

0

ଭୁବନେଶ୍ବର: ରାଶନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍‌। ରାଶନ କାର୍ଡକୁ ନେଇ ବଡ ଘୋଷଣା କଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି ଯେ, ୩ ମାସ ମଧ୍ୟରେ ଇ-କେୱାଇସି କରିବାକୁ। ଯଦି ୩ ମାସରେ ଇ-କେୱାଇସି ନକରନ୍ତି ତେବେ କଟାଯିବ କାର୍ଡ।
ରାସନ କାର୍ଡ ପାଇଁ ୨୦ ଲକ୍ଷ ୫୮ ହଜାର ଲୋକ ଇ-କେୱାଇସି କରିନାହାନ୍ତି। ଏ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ଇ-କେୱାଇସି କରିନଥିବା ଲୋକଙ୍କ ଚାଉଳ ବନ୍ଦ କରାଯାଇଛି।

ଯଦି ଚାଉଳ ଯାଉନି ସେମାନେ ଇ-କେୱାଇସି କଲେ ସରକାର ଚାଉଳ ଦେବେ। ଇ-କେୱାଇସି କରି ନ ଥିବା ଲୋକଙ୍କ ପାଇଁ ସରକାର ୩ ମାସ ଅପେକ୍ଷା କରିବେ। କାର୍ଡ ଗୁଡ଼ିକ ସେହି ସମୟରେ ସସପେଣ୍ଡ ଅବସ୍ଥାରେ ରହିବ। ୩ ମାସରେଇ-କେୱାଇସି ନ କଲେ କାର୍ଡ ଗୁଡ଼ିକ ସରକାର କାଟିଦେବେ। ତେବେ ନେଟୱର୍କ ନଥିବା ଜିଲାମାନଙ୍କରେ ନେଟୱର୍କ ବ୍ୟବସ୍ଥା କରାଯାଇଛି। ୫ ବର୍ଷରୁ ଅଧିକ ବୟସ ପିଲାମାନେ ରାସନ କାର୍ଡରେ ସାମିଲ ହେବେ ବୋଲି ମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.