ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ

0

ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ। କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା ବନ୍ଦ ଡାକରା। ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ବିରୋଧ କରି ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସାମ୍ବାଦିକ ସମ୍ମିଳନୀରେ ମିଳିତ ବିରୋଧୀ ଦଳ ପକ୍ଷରୁ ଏନେଇ ଘୋଷଣା କରାଯାଇଛି।

ପିସିସ ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇ କହିଛନ୍ତି ଯେ, ଏସ୍କୁଲ, କଲେଜ, ଦୋକାନ ବଜାର ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ବନ୍ଦ ରହିବ ଗାଡ଼ି ମୋଟର ଚଳାଚଳ। ଶାନ୍ତିପୂର୍ଣ୍ଣ ଭାବରେ ବନ୍ଦ ପାଳନ କରିବାକୁ ଘୋଷଣା କରିଛି କଂଗ୍ରେସ। ଓଡ଼ିଶା ବନ୍ଦକୁ ସଫଳ କରିବା ପାଇଁ ସମସ୍ତଙ୍କୁ ଅପିଲ୍ କରିଛନ୍ତି ୭ଟି ରାଜନୈତିକ ଦଳ। ଏନେଇ ମିଳିତ ବିରୋଧୀ ଦଳ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। କେବଳ ଜରୁରୀ ସେବାକୁ ଛାଡିଲେ ଆଉ ସବୁ ବନ୍ଦ ରହିବ। ଆଜି ସବୁ ସହରରେ କ୍ୟାଣ୍ଡଲ ଲାଇଟ୍ ଜାଳି ଆମର ଆତ୍ମାର ସଦ୍ଗତି କାମନା କରିବେ। ଏଥିରେ ବାମପନ୍ଥୀ ଦଳ ଓ ଏନସିପି ସାମିଲ ହୋଇଛନ୍ତି। ବିଜେପି ଦଳ ଶାସନକୁ ଆସିବାପରେ କାହାରି କଥା ଶୁଣୁନାହାନ୍ତି। ଏସରକାର ନୈତିକ ଦୃଷ୍ଟିରୁ ଶାସନରୁ ଓହରିଯିବା ଦରକାର। ଯାହାକୁ ଘୋର ବିରୋଧ କରିବୁ ବୋଲି କହିଛନ୍ତି ପିସିସି ସଭାପତି।

Leave A Reply

Your email address will not be published.