ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଦିବ୍ୟାଙ୍ଗ ଶିକ୍ଷକଙ୍କୁ ହତ୍ୟା

0

ଛତିଶଗଡ଼: ଛତିଶଗଡ଼ରେ ପୁଣି ଥରେ ମାଓବାଦୀ ହିଂସା ଦେଖିବାକୁ ମିଳିଛି। ପୁଲିସ ସୂଚନାଦାତା ସନ୍ଦେହରେ ଦୁଇଜଣ ଦିବ୍ୟାଙ୍ଗ ଶିକ୍ଷକଙ୍କୁ ଗଳାକାଟି ହତ୍ୟା କରିଛନ୍ତି ମାଓବାଦୀ। ଛତିଶଗଡ଼ ବିଜାପୁର ଜିଲ୍ଲା ୨ଟି ଭିନ୍ନ ଗାଁରେ ନୃଶଂସ ହତ୍ୟାକାଣ୍ଡ। ପୋଲିସ ଇନଫର୍ମର ସନ୍ଦେହରେ ହତ୍ୟା ନେଇ ପୋଷ୍ଟର ଛାଡ଼ିଲେ ମାଓବାଦୀ। ମୃତ ଶିକ୍ଷକ ଦୁଇଜଣ ହେଲେ ବୁଧରାମ କାଡିୟମ ଏବଂ ରାମଶଙ୍କର ଯାଦବ। ସେମାନେ ରେମାୱଣ୍ଡ ଗାଁର ସରକାରୀ ସ୍କୁଲରେ ଶିକ୍ଷକତା କରୁଥିଲେ।

ସୂଚନା ଅନୁଯାୟୀ, ଦୁହେଁ ସ୍କୁଲରୁ ଫେରୁଥିବା ବେଳେ ମାଓବାଦୀମାନେ ସେମାନଙ୍କୁ ଅପହରଣ କରି ନେଇଥିଲେ। ପରେ ଗାଁ ନିକଟରେ ଥିବା ଏକ ରାସ୍ତା କଡ଼ରୁ ସେମାନଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଥିଲା। ମାଓବାଦୀମାନେ ଘଟଣାସ୍ଥଳରେ ପୋଷ୍ଟର ଛାଡିଯାଇଛନ୍ତି, ଯେଉଁଥିରେ ସେମାନେ ଏହି ହତ୍ୟାକାଣ୍ଡ ପାଇଁ ନିଜକୁ ଦାୟୀ କରିଛନ୍ତି। ପୋଲିସ ଇନଫର୍ମର ସନ୍ଦେହରେ ଏହି ଦୁଇ ଶିକ୍ଷକଙ୍କୁ ହତ୍ୟା କରାଯାଇଥିବା ପୋଷ୍ଟରରେ ଉଲ୍ଲେଖ ରହିଛି।

ଏହି ଘଟଣା ପରେ ପୋଲିସ ଏବଂ ସୁରକ୍ଷା ବାହିନୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି। ଦୁର୍ଗମ ଅଞ୍ଚଳରେ କାର୍ଯ୍ୟ କରୁଥିବା ସରକାରୀ କର୍ମଚାରୀଙ୍କ ମଧ୍ୟରେ ଏହି ଘଟଣାକୁ ନେଇ କୋକୁଆ ଭୟ ସୃଷ୍ଟି ହୋଇଛି।

Leave A Reply

Your email address will not be published.