ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

କାଲି ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ବାଲେଶ୍ୱର ବନ୍ଦ

0

ବାଲେଶ୍ବର: ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଓଡ଼ିଶା ଉଠୁଛି ପଡୁଛି। ଏହି ଘଟଣାର ପ୍ରତିବାଦରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଆସନ୍ତାକାଲି, ବାଲେଶ୍ୱରରେ ଆଠ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯିବ। ଏଥିସହ ବିଜେଡି ଲୋକସେବା ଭବନ ମଧ୍ୟ ଘେରାଉ କରିବ।

ଏନେଇ ଗୃହ ବିଭାଗ ସବୁ କର୍ମଚାରୀଙ୍କ ପାଇଁ ନିର୍ଦ୍ଦେଶାନାମା ଜାରି କରିଛି। ସବୁ କର୍ମଚାରୀଙ୍କୁ ସାଢ଼େ ୯ ସୁଦ୍ଧା ଅଫିସ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି। ସାଢ଼େ ୯ରେ ଲୋକସେବା ଭବନ ସମ୍ମୁଖ ଗେଟ ବନ୍ଦ ହୋଇଯିବ ବୋଲି ନିର୍ଦ୍ଦେଶାନାମାରେ କୁହାଯାଇଛି। ବିଜେଡି ଘେରାଉ ନେଇ ଘୋଷଣା କରିଥିବାରୁ ସୁରକ୍ଷା ଦୃଷ୍ଟିରୁ ପଦକ୍ଷେପ ନିଆଯାଇଛି।

Leave A Reply

Your email address will not be published.