ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ପୋଖରୀରେ ବୁଡି ଦଶମ ଶ୍ରେଣୀ ଛାତ୍ରୀ ମୃତ

0

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ଜୟଚନ୍ଦ୍ରପୁର ପଞ୍ଚାୟତରେ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡି ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ସଦର ଥାନା ଓସ୍ତପୁର ବନ୍ଧପଡ଼ାର ଭାଗଶ୍ରୀ ରାଉତ(୧୪)। ଭାଗ୍ୟଶ୍ରୀଙ୍କ ବାପା ମାଆ ଗୁଜୁରାଟରେ ରହି ସୂତା ମିଲରେ କାମ କରୁଥିବାବେଳେ ସେ ମାମୁଁ ଘରେ ରହି ପାଠ ପଢୁଥିଲେ। ଆଜି ସକାଳେ ଭାଗ୍ୟଶ୍ରୀ ପୋଖରୀକୁ ଗାଧୋଇବାକୁ ଯାଇଥିବାବେଳେ ଅସାବଧାନତା ଯୋଗୁଁ ଗୋଡ ଖସି ଯାଇଥିଲା।

ଖବର ପାଇ ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଭାଗ୍ୟଶ୍ରୀଙ୍କ ଅକାଳ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

Leave A Reply

Your email address will not be published.