ପ୍ରମୁଖ ଖବର

ମୁମ୍ବାଇର ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ଅନେକ ଆହତ
ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ପାର୍ଥ ଚାଟର୍ଜୀଙ୍କ ଘରେ ଇଡି ଚଢ଼ାଉ
ରିଲାଏନ୍ସ ଅନୁରୋଧରେ ଇରାନୀ ତେଲ ଟ୍ୟାଙ୍କରକୁ ବିଶେଷ ଅନୁମତି
ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର
‘ସିଜିମାଳି’ ପାଇଁ ଜୁଏଲଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର
ସାଗରମାଳା ଯୋଜନାରେ ୩୧୫ ପ୍ରକଳ୍ପ ସମାପ୍ତ

ମୃତ ସୌମ୍ୟାଶ୍ରୀଙ୍କ ପିତାଙ୍କ ସହ କଥା ହେଲେ ରାହୁଲ ଗାନ୍ଧୀ

0

ବାଲେଶ୍ୱର: ବାଲେଶ୍ୱର ଏଫଏମ କଲେଜ ମୃତ ଛାତ୍ରୀ ସୌମ୍ୟାଶ୍ରୀଙ୍କ ବାପାଙ୍କ ସହ କଥା ହେଲେ ଲୋକସଭା ବିରୋଧୀ ଦଳ ନେତା ତଥା କଂଗ୍ରେସ ନେତା ରାହୁଲ ଗାନ୍ଧୀ। ବାଲେଶ୍ଵର ଫକୀରମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣାରେ ଶୋକ ପ୍ରକାଶ କରିଛନ୍ତି ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ଆଜି ସେ ହ୍ବାଟ୍ସ ଆପ୍ ରେ ଭିଡିଓ କଲ କରି ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ମୃତ ସୌମ୍ୟାଶ୍ରୀଙ୍କ ବାପାଙ୍କ ସହ କଥା ହୋଇଛନ୍ତି।

ସୌମ୍ୟାଶ୍ରୀଙ୍କ ବାପାଙ୍କ ଠାରୁ ପୁରା ଘଟଣା ସମ୍ପର୍କରେ ପଚାରି ବୁଝିବା ସହ ଏହି ଦୁଃଖଦ ସମୟରେ ଦୃଢମନା ହୋଇ ରହିବାକୁ ପରାମର୍ଶ ଦେଇଥିଲେ। ଏନେଇ ରାହୁଲ ନିଜ ଏକ୍ସରେ ଲେଖିଛନ୍ତି, ଓଡ଼ିଶାର ବାଲେଶ୍ବରରେ ନ୍ୟାୟ ପାଇଁ ଲଢ଼ି ପ୍ରାଣ ହରାଇଥିବା ସାହସୀ ଝିଅର ପିତାଙ୍କ ସହ କଥା ହେଲି। ତାଙ୍କ କଣ୍ଠରେ ଝିଅର ଯନ୍ତ୍ରଣା, ସ୍ୱପ୍ନ ଏବଂ ସଂଘର୍ଷ ଅନୁଭବ କଲି। ତାଙ୍କୁ ଆଶ୍ୱସ୍ତ କଲି ଯେ କଂଗ୍ରେସ ଦଳ ଏବଂ ମୁଁ ପ୍ରତ୍ୟେକ ପଦକ୍ଷେପରେ ତାଙ୍କ ସହିତ ଅଛୁ। ଯାହା ଘଟିଛି ତାହା କେବଳ ଅମାନବୀୟ ଏବଂ ଲଜ୍ଜାଜନକ ନୁହେଁ, ବରଂ ସମଗ୍ର ସମାଜ ପାଇଁ ଏକ କ୍ଷତ। ଆମେ ଯେକୌଣସି ମୂଲ୍ୟରେ ନିଶ୍ଚିତ କରିବୁ ଯେ ପୀଡିତାଙ୍କ ପରିବାର ସମ୍ପୂର୍ଣ୍ଣ ନ୍ୟାୟ ପାଆନ୍ତି। ଆହୁରି ମଧ୍ୟ ସେ କହିଛନ୍ତି ଯେ ପର୍ଯ୍ୟନ୍ତ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ନମିଳିଛି , ସେ ପର୍ଯ୍ୟନ୍ତ କଂଗ୍ରେସ ଲଢେଇ ଜାରି ରଖିବ।

Leave A Reply

Your email address will not be published.