ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍କା

0

ନ୍ୟୁଜ୍ ବ୍ୟୁରୋ: ସମସ୍ତ ପ୍ରତୀକ୍ଷାର ଅନ୍ତ ଘଟିଛି। ଭାରତ ପାଇଁ ଆସିଯାଇଛି ସେହି ଐତିହାସିକ ମୁହୂର୍ତ୍ତ। ମହାକାଶରୁ ସୁରକ୍ଷିତ ଫେରିଛନ୍ତି ଶୁଭାଂଶୁ ଶୁକ୍ଳା। ଅକ୍ସିଅମ୍‌-୪ ମିଶନ୍‌ରେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରକୁ ଯାଇଥିବା ଶୁଭାଂଶୁଙ୍କ ସମେତ ୪ ମହାକାଶଚାରୀ ପୃଥିବୀ ପୃଷ୍ଠରେ ପହଞ୍ଚିଛନ୍ତି। ଭାରତୀୟ ସମୟାନୁସାରେ, ମଙ୍ଗଳବାର ଦିନ ପ୍ରାୟ ୩ଟା ୧ରେ କାଲିଫର୍ଣ୍ଣିଆ ତଟବର୍ତ୍ତୀ ପ୍ରଶାନ୍ତ ମହାସାଗରରେ ତାଙ୍କ ଯାନ ସଫଳତାର ସହ ଅବତରଣ କରିଛି।
୧୮ ଦିନ ଧରି ମହାକାଶରେ ରହିବା ପରେ ମହାକାଶଚାରୀ ଗ୍ରୁପ କ୍ୟାପ୍ଟେନ ଶୁଭାଂଶୁ ଶୁକ୍ଳା ଆକ୍ସିଓମ୍‌-୪ ମିଶନର ଅନ୍ୟ ୩ କ୍ରିଉ ସଦସ୍ୟଙ୍କ ସହ ପୃଥିବୀରେ ଅବତରଣ କରିଛନ୍ତି। ତାଙ୍କ ମହାକାଶଯାନ ଡ୍ରାଗନ କାଲିଫର୍ନିଆ ଉପକୂଳ ନିକଟସ୍ଥ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ ଭାବରେ ଅବତରଣ କରିଛି।

ବାୟୁସେନା ଗ୍ରୁପ୍‌ କ୍ୟାପ୍ଟେନ୍‌ ଶୁଭାଂଶୁ ଶୁକ୍ଳା ଏବଂ ଆକ୍ସିଓମ୍‌-୪ ମିଶନର ୩ ଅନ୍ୟ କ୍ରିଉ ସଦସ୍ୟ ପେଗୀ ହ୍ବିଟ୍‌ସନ୍‌, ସ୍ଲାଓଜ୍‌ ଉଜ୍‌ନାନ୍‌ସ୍କି ଏବଂ ଟିବୋର କାପ ସୋମବାର ଭାରତୀୟ ସମୟ ଅପରାହ୍ନ ସାଢ଼େ ୪ଟାରେ ସ୍ପେସ୍‌ ଏକ୍ସ’ର ଡ୍ରାଗନ ମହାକାଶଯାନ ଯୋଗେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌) ଛାଡ଼ିଥିଲେ। ଦୀର୍ଘ ୧୮ ଦିନ ପରେ ଡ୍ରାଗନ୍‌ ସ୍ପେସ୍‌କ୍ରାଫ୍ଟ ଆଇଏସ୍‌ଏସ୍‌ରୁ ଅଲଗା ହୋଇଥିଲା। ୨୨ ଘଣ୍ଚାର ଯାତ୍ରା ପରେ ୪ ମହାକାଶଚାରୀ ମଙ୍ଗଳବାର ଭାରତୀୟ ସମୟ ଅପରାହ୍ନ ୩ଟାରେ କାଲିଫର୍ନିଆ ଉପକୂଳରେ ଅବତରଣ କରିବେ ବୋଲି ସୂଚନା ରହିଥିଲା।

ତେବେ ଆଇଏସ୍‌ଏସ୍‌ ଛାଡ଼ିବାର କିଛିଘଣ୍ଟା ପୂର୍ବରୁ ଶୁଭାଂଶୁ ସେଠାରେ ଏକ ଶୂନ୍ୟ ଗୁରୁତ୍ୱାକର୍ଷଣ ପରୀକ୍ଷଣକୁ ପ୍ରଦର୍ଶିତ କରିଥିଲେ। ଜଳ ମାଧ୍ୟମରେ କିପରି ସୂକ୍ଷ୍ମ ଗୁରୁତ୍ୱାକର୍ଷଣ ଦୈନନ୍ଦିନ ପଦାର୍ଥ ବିଜ୍ଞାନକୁ ରୂପାନ୍ତରିତ କରୁଛି, ତାହା ସେ ଦର୍ଶାଇଥିଲେ। ଆକ୍ସିଓମ୍‌-୪ ମିଶନ ଅନ୍ତର୍ଗତ ଏହି ପରୀକ୍ଷଣରେ ଶୁଭାଂଶୁ ମହାକାଶରେ ଜଳର ଅନନ୍ୟ ଆଚରଣକୁ ବୁଝାଇଥିଲେ।

ଉଲ୍ଲେଖଯୋଗ୍ୟ, ଆମେରିକୀୟ ମହାକାଶ ସଂସ୍ଥା (ଇସ୍ରୋ) ଏବଂ ଭାରତୀୟ ମହାକାଶ ଗବେଷଣା ସଙ୍ଗଠନ (ଇସ୍ରୋ)ର ମିଳିତ ଆକ୍ସିଓମ୍‌-୪ ମିଶନ ଯୋଗେ ଶୁଭାଂଶୁ ପ୍ରଥମ ଭାରତୀୟ ଭାବେ ଆଇଏସ୍‌ଏସ୍‌ରେ ପହଞ୍ଚିଥିଲେ। ସେହିପରି ସେ ଦ୍ୱିତୀୟ ଭାରତୀୟ ଭାବେ ମହାକାଶକୁ ଯାଇଥିଲେ।

Leave A Reply

Your email address will not be published.