ପ୍ରମୁଖ ଖବର

୨୭ ରୁ ପିଜି ନାମଲେଖା ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ୍ ଫର୍ମ ପୂରଣ
ନୂଆଦିଲ୍ଲୀରେ ଓଡ଼ିଶା ଭବନର ନୂତନ ବିଲ୍‍ଡିଂ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଓଟିଇଟି ପ୍ରଶ୍ନପତ୍ର ଜାଲିଆତି ମାମଲା: ୫ ତାରିଖରେ ହେବ ଶୁଣାଣି
ଦୁଇ ଦିନ ମଧ୍ୟରେ ଭାଜପାର ରାଜ୍ୟସଭା ପ୍ରାର୍ଥୀ ଚୂଡ଼ାନ୍ତ ହେବେ: ବିଜୟପାଲ ସିଂ ତୋମାର
ଇସ୍ରାଏଲର ସର୍ବୋଚ୍ଚ ସଂସଦୀୟ ସମ୍ମାନରେ ସମ୍ମାନିତ ହେଲେ ପିଏମ୍ ମୋଦୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ, ପ୍ରକାଶ ପାଇଲା ବିଜ୍ଞପ୍ତି

ତତ୍ପର ହେଲା ଗଣଶିକ୍ଷା ବିଭାଗ

0

ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି

ଭୁବନେଶ୍ୱର: ଏଫ୍ଏମ୍ କଲେଜର ଛାତ୍ରୀଙ୍କ ମୃତ୍ୟୁକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପରେ ସାରା ରାଜ୍ୟରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଏହି ଘଟଣାକୁ ଲକ୍ଷ୍ୟରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତତ୍ପରତା ଦେଖାଇଛି। ବିଦ୍ୟାଳୟରେ ମହିଳା କର୍ମଚାରୀ ଏବଂ ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି କରାଯାଇଛି। ସଠିକ୍ ଭାବେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ବିଦ୍ୟାଳୟ ଓ ରେସିଡେଣ୍ଟାଲ ହଷ୍ଟେଲ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି କରାଯାଇଛି। ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି। ମହିଳାଙ୍କ ପାଇଁ ୧୮୧, ଶିଶୁଙ୍କ ପାଇଁ ୧୦୯୮, ଜରୁରୀକାଳୀନ ପୋଲିସ ସହାୟତା ପାଇଁ ୧୧୨ ଏବଂ ସ୍କୁଲ ଛାତ୍ରଙ୍କ ପାଇଁ ୧୮୦୦୩୪୫୬୭୨୨ ନମ୍ଵର ଜାରି କରାଯାଇଛି। ଏହି ନମ୍ଵର ଗୁଡ଼ିକ ସମସ୍ତ କର୍ମସ୍ଥଳୀ, ବିଦ୍ୟାଳୟ ଏବଂ ଆବାସିକ କ୍ଷେତ୍ରରେ ପ୍ରମୁଖ ସ୍ଥାନରେ ପ୍ରଦର୍ଶିତ ହେବ। ଏହାର ପାଳନ କରାନଗଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି।

ଏହା ବ୍ୟତୀତ, ମହିଳା କର୍ମଚାରୀଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ଏକ ସୁରକ୍ଷିତ ପରିବେଶ ସୃଷ୍ଟି କରିବାକୁ ଡିଇଓ ଏବଂ ଡିପିସିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ଛାତ୍ରଙ୍କ ପାଇଁ ଏବଂ ବିଶେଷକରି ଛାତ୍ରୀମାନଙ୍କ ପାଇଁ, ସେମାନଙ୍କର ଶାରୀରିକ, ମାନସିକ ଏବଂ ସାମାଜିକ-ଭାବପ୍ରବଣ ସୁସ୍ଥତା ପାଇଁ ବିଦ୍ୟାଳୟଗୁଡ଼ିକରେ ଏକ ସୁରକ୍ଷିତ ପରିବେଶ ସୃଷ୍ଟି କରିବାକୁ କୁହାଯାଇଛି। ଏହି ପରିପ୍ରେକ୍ଷୀରେ, ଛାତ୍ର, ଶିକ୍ଷକ ଏବଂ ଅଭିଭାବକମାନଙ୍କ ମଧ୍ୟରେ ସକାରାତ୍ମକ ଲିଙ୍ଗ ମନୋଭାବ ଏବଂ ଆଚରଣକୁ ପ୍ରୋତ୍ସାହିତ କରିବା ଏବଂ ଲିଙ୍ଗ-ଭିତ୍ତିକ ହିଂସା ଦୂର କରିବା ପାଇଁ ଉଦ୍ଦିଷ୍ଟ ଲିଙ୍ଗ ସମାନତା କାର୍ଯ୍ୟକ୍ରମ ପାଠ୍ୟକ୍ରମକୁ ରାଜ୍ୟର ସମସ୍ତ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ସାମାଜିକ ଅଧ୍ୟୟନ ପାଠ୍ୟକ୍ରମ ସହିତ ସମନ୍ୱୟ କରି କଡ଼ାକଡ଼ି ପାଳନ କରିବାକୁ କୁହାଯାଇଛି।

Leave A Reply

Your email address will not be published.