ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ସହାୟତା:ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ ୱାର୍ଡ ମେମ୍ବରଙ୍କଠୁ ଆରମ୍ଭ କରି ଜିଲ୍ଲା ପରିଷଦ ସଭାପତିଙ୍କ ପର୍ଯ୍ୟନ୍ତ ସମସ୍ତେ ଏଥିରେ ଅନ୍ତର୍ଭୁକ୍ତ ହେବେ। ପଞ୍ଚାୟତ ପ୍ରତିନିଧିମାନଙ୍କ କାର୍ଯ୍ୟଅବଧି ସମୟରେ କୌଣସି କାରଣରୁ ମୃତ୍ୟୁ ଘଟିଲେ ତାଙ୍କର ନିକଟତମ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରାଯିବ। ସେହିଭଳି ଉଭୟ ଆଖି, ହାତ କିମ୍ବା ଗୋଡ ନଷ୍ଟ ହେଲେ ସମ୍ପୃକ୍ତ ପଞ୍ଚାୟତ ପ୍ରତିନିଧିଙ୍କୁ ୨ ଲକ୍ଷ ଟଙ୍କା ଏବଂ ଯଦି ଗୋଟିଏ ଆଖି କିମ୍ବା ଗୋଟିଏ ହାତ କିମ୍ବା ଗୋଡ ନଷ୍ଟ ହୁଏ ତେବେ ତାଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ।

ସାମ୍ବିଧାନିକ ବ୍ୟବସ୍ଥାରେ ପଞ୍ଚାୟତ ପ୍ରତିନିଧି ମାନେ ହେଉଛନ୍ତି ତୃଣମୂଳସ୍ତରରେ ନିର୍ବାଚିତ ପ୍ରତିନିଧି। ସେମାନେ ସିଧାସଳଖ ଲୋକଙ୍କ ସହ ଯୋଡିହୋଇ ରହିଥାନ୍ତି। ଲୋକଙ୍କ ସୁବିଧା ଅସୁବିଧାରେ ସେମାନଙ୍କୁ ସହାୟତା କରନ୍ତି। ଗ୍ରାମାଞ୍ଚଳ ବିକାଶରେ ସେମାନଙ୍କର ମହତ୍ୱପୂର୍ଣ୍ଣ ଅବଦାନ ରହିଥାଏ। କିନ୍ତୁ, ସେମାନଙ୍କ କ୍ଷେତ୍ରରେ କୌଣସି ଦୁର୍ଘଟଣା ଘଟିଲେ ସେମାନେ ବହୁତ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ସହାୟତା ରାଶି ପ୍ରଦାନ ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

Leave A Reply

Your email address will not be published.