ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ପୃଥ୍ବୀ-୨, ଅଗ୍ନି-୧ ପ୍ରାଇମ ମିଜାଇଲ୍‌ର ପରୀକ୍ଷଣ ସଫଳ

0

ବାଲେଶ୍ବର; ଭାରତକୁ ମିଳିଛି ଦୁଇ ଦୁଇଟି ବଡ଼ ସଫଳତା। ପୃଥ୍ବୀ-୨ ଏବଂ ଅଗ୍ନି-୧ ପ୍ରାଇମ ମିଜାଇଲ୍‌ର ଗୁରୁବାର ସଫଳ ପରୀକ୍ଷଣ କରି ଭାରତ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। ଚାନ୍ଦିପୁର ୩ ନମ୍ବର ଲଞ୍ଚପ୍ୟାଡରୁ ଗୁରୁବାର ପୃଥ୍ବୀ-୨ ମିଜାଇଲର ସଫଳ ପରୀକ୍ଷଣ କରାଯାଇଛି। ପୃଥ୍ବୀ-୨ ମିଜାଇଲ ୩୫୦ରୁ ୫୦୦ କି.ମି. ଲକ୍ଷ୍ୟଭେଦ କ୍ଷମତା ରଖିଛି। ଏପରିକି ପୃଥ୍ବୀ-୨ ଉଭୟ ଅଣୁ ଏବଂ ପରମାଣୁ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରହିଛି।

ସେହିପରି ଅଗ୍ନି-୧ ପ୍ରାଇମ ମିଜାଇଲ୍‌ର ସଫଳ ପରୀକ୍ଷଣ କରାଯାଇଛି। ଏହାର ଲକ୍ଷ୍ୟଭେଦ କ୍ଷମତା ୧ ହଜାର କି.ମି. ରହିଛି। ଅଗ୍ନି-୧ ପ୍ରାଇମ ମଧ୍ୟ ଉଭୟ ଅଣୁ ଓ ପରମାଣୁ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରହିଥିବା ସୂଚନା ମିଳିଛି।

Leave A Reply

Your email address will not be published.