ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ହାର୍ଡକୋର ମାଓବାଦୀ ମୃତ

0

ଛତିଶଗଡ଼: ଛତିଶଗଡ଼ ନାରାୟଣପୁର ଜିଲା ଅବୁଝମାଡ଼ରେ ଶୁକ୍ରବାର ଏକ ବଡ଼ ଧରଣର ଏନ୍‌କାଉଣ୍ଟର ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୬ଜଣ ହାର୍ଡକୋର ମାଓବାଦୀ ନିପାତ ହୋଇଥିବା ବସ୍ତର ଆଇଜି ସୂଚନା ଦେଇଛନ୍ତି। ଅଧିକ ମାଓବାଦୀ ମୃତାହତ ଆଶଙ୍କାରେ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି।

ମିଳିଥିବା ସୂଚନା ମୁତାବକ, ନାରାୟଣପୁର ଜିଲା ଅବୁଝମାଡ଼ ଅଞ୍ଚଳରେ ମାଓବାଦୀଙ୍କ ଉପସ୍ଥିତି ରହିଥିବା ନେଇ ପୋଲିସକୁ ସୂଚନା ମିଳିଥିଲା। ଏନେଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଅଞ୍ଚଳରେ ସର୍ଚ୍ଚ ଅପରେଶନ କରାଯାଇଥିଲା। ଅପରେଶନ ବେଳେ ମାଓବାଦୀମାନେ ସୁରକ୍ଷାକର୍ମୀଙ୍କୁ ଦେଖି ଗୁଳି ଫୁଟାଇଥିଲେ। ସୁରକ୍ଷାକର୍ମୀ ଏହାର ପାଲଟା ଜବାବ ଦେଇଥିଲେ। ଏନ୍‌କାଉଣ୍ଟରେ ଜଣେ ୬ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ସର୍ଚ୍ଚ ଅପରେଶନ ବେଳେ ଘଟଣାସ୍ଥଳରୁ ଏକେ-୪୭, SLR ରାଇଫଲ୍ସ ସମେତ ବିପୁଳ ପରିମାଣର ମାରଣାସ୍ତ୍ର ଜବତ କରାଯାଇଛି।

Leave A Reply

Your email address will not be published.