ପ୍ରମୁଖ ଖବର

ମୁମ୍ବାଇର ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ଅନେକ ଆହତ
ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ପାର୍ଥ ଚାଟର୍ଜୀଙ୍କ ଘରେ ଇଡି ଚଢ଼ାଉ
ରିଲାଏନ୍ସ ଅନୁରୋଧରେ ଇରାନୀ ତେଲ ଟ୍ୟାଙ୍କରକୁ ବିଶେଷ ଅନୁମତି
ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର
‘ସିଜିମାଳି’ ପାଇଁ ଜୁଏଲଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର
ସାଗରମାଳା ଯୋଜନାରେ ୩୧୫ ପ୍ରକଳ୍ପ ସମାପ୍ତ

ପୁଣି ନାବାଳିକା ଦେହରେ ନିଆଁ

0

ପୁରୀ: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ୩ଜଣ ଦୁର୍ବୃତ୍ତ ନାବାଳିକାଙ୍କ ଦେହରେ ନିଆଁ ଲଗାଇ ଦେଇଥିବା ସୂଚନା ମିଳିଛି । ବଳଙ୍ଗା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା କରୁଛି ।

ସୂଚନା ଅନୁସାରେ , ଗାଁ ପାଖ ନଦୀ ବନ୍ଧକୁ ୩ରୁ ୪ ଜଣ ଯୁବକ ନାବାଳିକାଙ୍କୁ ଉଠାଇ ନେଇଥିଲେ। ସେଠୁ ମୁକୁଳିବାକୁ ଚେଷ୍ଟା କରୁଥିବା ବେଳେ ଯୁବତୀଙ୍କ ଦେହରେ ନିଆଁ ଲଗାଇ ଦେଇଥିଲେ ଅଭିଯୁକ୍ତ। ପରେ ପରେ ସେଠୁ ଚମ୍ପଟ ମାରିଥିଲେ। ଏହି ଘଟଣା ପରେ ସଂପୃକ୍ତ ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଛି। ସେପଟେ ପୁରା ଘଟଣା ସମ୍ପର୍କରେ କୌଣସି ସୂଚନା ମିଳିପାରିନି।

Leave A Reply

Your email address will not be published.