ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ପୁଣି ନାବାଳିକା ଦେହରେ ନିଆଁ

0

ପୁରୀ: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ୩ଜଣ ଦୁର୍ବୃତ୍ତ ନାବାଳିକାଙ୍କ ଦେହରେ ନିଆଁ ଲଗାଇ ଦେଇଥିବା ସୂଚନା ମିଳିଛି । ବଳଙ୍ଗା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା କରୁଛି ।

ସୂଚନା ଅନୁସାରେ , ଗାଁ ପାଖ ନଦୀ ବନ୍ଧକୁ ୩ରୁ ୪ ଜଣ ଯୁବକ ନାବାଳିକାଙ୍କୁ ଉଠାଇ ନେଇଥିଲେ। ସେଠୁ ମୁକୁଳିବାକୁ ଚେଷ୍ଟା କରୁଥିବା ବେଳେ ଯୁବତୀଙ୍କ ଦେହରେ ନିଆଁ ଲଗାଇ ଦେଇଥିଲେ ଅଭିଯୁକ୍ତ। ପରେ ପରେ ସେଠୁ ଚମ୍ପଟ ମାରିଥିଲେ। ଏହି ଘଟଣା ପରେ ସଂପୃକ୍ତ ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଛି। ସେପଟେ ପୁରା ଘଟଣା ସମ୍ପର୍କରେ କୌଣସି ସୂଚନା ମିଳିପାରିନି।

Leave A Reply

Your email address will not be published.