ପ୍ରମୁଖ ଖବର

ମୁମ୍ବାଇର ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ଅନେକ ଆହତ
ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ପାର୍ଥ ଚାଟର୍ଜୀଙ୍କ ଘରେ ଇଡି ଚଢ଼ାଉ
ରିଲାଏନ୍ସ ଅନୁରୋଧରେ ଇରାନୀ ତେଲ ଟ୍ୟାଙ୍କରକୁ ବିଶେଷ ଅନୁମତି
ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର
‘ସିଜିମାଳି’ ପାଇଁ ଜୁଏଲଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର
ସାଗରମାଳା ଯୋଜନାରେ ୩୧୫ ପ୍ରକଳ୍ପ ସମାପ୍ତ

ଦୋଷୀଙ୍କୁ ତୁରନ୍ତ ଗିରଫ ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଉପମୁଖ୍ୟମନ୍ତ୍ରୀ

0

ପୁରୀ: ପୁରୀ ଜିଲା ଅଞ୍ଚଳ, ବଳଙ୍ଗା ଥାନା ବାୟାବର ଗାଁରେ ନାବାଳିକାକୁ ନିଆଁ ଲଗାଇଦେବା ଘଟଣାରେ ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଏବଂ କହିଛନ୍ତି ଏହି ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ। ପୀଡିତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ସରକାର ଚିକିତ୍ସାର ସମସ୍ତ ଖର୍ଚ୍ଚ ବହନ କରିବେ। ଘଟଣାରେ ଯିଏ ଦୋଷୀ , ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ।

ଯୁକ୍ତ ଦୁଇରେ ପାଠ ପଢୁଥିବା ଛାତ୍ରୀ ଜଣଙ୍କ ଦେହରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ । ୩ଜଣ ଦୁର୍ବୃତ୍ତ ନାବାଳିକାଙ୍କ ଦେହରେ ନିଆଁ ଲଗାଇ ଦେଇଥିବା ସୂଚନା ମିଳିଛି । ଗୁରୁତର ଅବସ୍ଥାରେ ନାବାଳିକା ଛାତ୍ରୀକୁ ପିପିଲି ମେଡିକାଲରୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଉଛି । ବଳଙ୍ଗା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା କରୁଛି । ତେବେ ନାବାଳିକାଙ୍କ ଉପରେ କିଏ ଓ କାହିଁକି ନିଆଁ ଲଗାଇ ଦେଇଥିଲେ ସେନେଇ ତନାଘନା ଆରମ୍ଭ ହୋଇଛି ।

Leave A Reply

Your email address will not be published.