ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

କଟକ ଆଖପାଖ ଅଞ୍ଚଳକୁ ହେବ ସମୃଦ୍ଧ ମଡେଲ ଅଞ୍ଚଳ: ମୁଖ୍ୟମନ୍ତ୍ରୀ

0

କଟକ: କଟକ ସାଂସଦ ଭର୍ତ୍ତୃହରି ମହତାବ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି କଟକ ସଂସଦୀୟ କ୍ଷେତ୍ରର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିଛନ୍ତି। ବୈଠକରେ କଟକ ସହରର ଓଏମପି ଅଂଚଳରେ ଭେଣ୍ଡିଙ୍ଗ ଜୋନ,ଏକ ବୃହତ୍‌ କନ୍‌ଭେନସନ ସେଣ୍ଟର ସ୍ଥାପନ, ରାଣୀହାଟ ଅଂଚଳର ଉନ୍ନତିକରଣ, ପ୍ରେସ ଛକ ଅଂଚଳରେ ଏକ ପାର୍କ ନିର୍ମାଣ ସମ୍ପର୍କରେ ଆଲୋଚନା ହୋଇଥିଲା।

ଏଥିସହ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମଭୂମି ସତ୍ୟଭାମାପୁରର ସମନ୍ୱିତ ବିକାଶ, ସିଏମସି ଏବଂ ସିଡିଏ ଅଞ୍ଚଳ ପାଇଁ ଡ୍ରେନେଜ୍ ମାଷ୍ଟର ପ୍ଲାନ୍, ମହାନଦୀରେ ବ୍ୟାରେଜ୍ ଯୋଜନା, ବଡମ୍ବା ସୁଗାର ମିଲ ଓ ଭଗତପୁର କଟନ ମିଲର ପୁନଃ କାର୍ଯ୍ୟକାରିତା ଓ ଉପଖଣ୍ଡ ସ୍ତରୀୟ କୋଲ୍ଡ ଷ୍ଟୋରେଜ ନିର୍ମାଣ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ।

ତେବେ ବୈଠକରୁ ଜଣା ପଡିଛି ଯେ, ମୁଖ୍ୟମନ୍ତ୍ରୀ ଏହି ସମସ୍ତ ଉନ୍ନତିମୂଳକ କାର୍ଯ୍ୟ ପାଇଁ ଉପଯୁକ୍ତ ପଦକ୍ଷେପ ନେବା ଏବଂ ପ୍ରଶାସନିକ ସ୍ତରରେ ପ୍ରତ୍ୟେକ କାର୍ଯ୍ୟ ଗୁଡିକୁ ତ୍ୱରାନ୍ୱିତ କରିବା ପାଇଁ ବିଭାଗୀୟ ସଚିବଙ୍କୁ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଏହି ଆଲୋଚନାରେ ଅଧିକ ସଂଯୁକ୍ତ ପ୍ରୟାସ ଦ୍ୱାରା କଟକ ଜିଲ୍ଲା ଏବଂ ତାହାର ଉପଖଣ୍ଡ ଅଞ୍ଚଳକୁ ଏକ ଆଧୁନିକ ଓ ସମୃଦ୍ଧ ମଡେଲ୍ କ୍ଷେତ୍ର ବନେଇବା ପାଇଁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।

Leave A Reply

Your email address will not be published.