ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ଟ୍ରକକୁ ପଛ ପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌

0

ବାଲେଶ୍ଵର: ଜଳେଶ୍ଵର ଏନଏଚ୍ ୬୦ ବସ୍ତା ଥାନା ଜୁଣବଳଦା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଜୁଣବଳଦା ଛକ ନିକଟରେ ଏକ ଟ୍ରକ୍‌ ପଛପଟରେ ଯାତ୍ରୀବାହୀ ବସ୍‌ ଧକ୍କା ଦେବାରୁ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଗତକାଲି ବିଳମ୍ବିତ ରାତିରେ ଦାସ ଆଣ୍ଡ ଦାସ ନାମକ ଏହି ଘରୋଇ ବସ୍‌ଟି ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱରରୁ କୋଲକାତା ଅଭିମୁଖେ ଯାଉଥିଲା। ଜୁଣବଳଦା ନିକଟରେ ଛିଡ଼ା ହୋଇଥିବା କୋଇଲା ବୋଝେଇ ଟ୍ରକ୍‌କୁ ପଛପଟୁ ବସ୍‌ଟି ଧକ୍କା ଦେଇଥିଲା। ବସ୍‌ର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବାବେଳେ ଘଟଣାସ୍ଥଳରେ ବସ୍ତା ଥାନା ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Leave A Reply

Your email address will not be published.