ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟପାଳ ଡକ୍ଟର. ହରିବାବୁ କମ୍ଭମପତିଙ୍କୁ ସାକ୍ଷାତ କରିଛନ୍ତି। ଏହାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଏକ ସୌଜନ୍ୟମୂଳକ ସାକ୍ଷାତକାର ବୋଲି କୁହାଯାଇଛି। ମାତ୍ର ରାଜନୈତିକ ମହଲରେ ସାକ୍ଷାତକାରକୁ ନେଇ ଭିନ୍ନଭିନ୍ନ ଚର୍ଚ୍ଚା ହେଉଛି। ନିକଟରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିଥିଲେ। ସେଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଠାରୁ ଆରମ୍ଭ କରି ବିଜେପିର ବହୁ ତୁଙ୍ଗ ନେତାଙ୍କୁ ସାକ୍ଷାତ କରିଥିଲେ। ଏହା ପରେ ରାଜ୍ୟରେ ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣକୁ ନେଇ ଚର୍ଚ୍ଚା ଜୋର ଧରିଥିଲା। ଏଥିସହିତ ଗତ ୧୩ ମାସ ମଧ୍ୟରେ ରାଜ୍ୟରେ ବିଭିନ୍ନ ଘଟଣା ଦୁର୍ଘଟଣାକୁ ନେଇ ସରକାର ଯେଉଁ ଭଳି ବଦାନମ ହେଉଛନ୍ତି, ତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମନ୍ତ୍ରିମଣ୍ଡଳରେ ଅଦଳବଦଳ କରିପାରନ୍ତି ବୋଲି ଗତ କିଛି ଦିନ ହେଲା ଆଲୋଚନା ହେଉଥିଲା। ହେଲେ ବାଲେଶ୍ବର ଛାତ୍ରୀ ଆତ୍ମହତ୍ୟା ଘଟଣା ପରେ ବିଭିନ୍ନ ମହଲରୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଇସ୍ତଫା ଦାବି ହେଉଛି।

ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତକୁ ନେଇ ଏବେ ରାଜନୀତି ଜୋର ଧରିଛି। ଗୋପାଳପୁରରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମଠାରୁ ଆରମ୍ଭ କରି ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମଦାହ ଘଟଣା ଓ ଏବେ ବଳଙ୍ଗାରେ ନାବାଳିକାକୁ ପୋଡି ମାରି ଦେବାକୁ ଉଦ୍ୟମ ପର୍ଯ୍ୟନ୍ତ ସବୁଠି ଆଇନ ଶୃଙ୍ଖଳା ଓ ନାରୀ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି। ବିଶ୍ୱ ଦରବାରରେ ବି ଓଡିଶା ନିନ୍ଦିତ ହୋଇଛି। ନିତିଦିନ ରାଜରାସ୍ତାରେ ଏନେଇ କଂଗ୍ରେସ ଓ ବିଜେଡି ଆନ୍ଦୋଳନ କରୁଛନ୍ତି। ରଥଯାତ୍ରା ଦଳାଚକଟା ଘଟଣାକୁ ନେଇ ମୋହନ ସରକାରକୁ କିଛି କମ୍ ବଦନାମ ହେବାକୁ ପଡ଼ିନାହିଁ। ପ୍ରତି ୧୫ ଦିନରେ ଥରେ ରାଜ୍ୟପାଳ ରାଷ୍ଟ୍ରପତିଙ୍କ ନିକଟକୁ ରାଜ୍ୟରେ ଚାଲୁଥିବା ଘଟଣାବଳୀଗୁଡ଼ିକ ବିଷୟରେ ଏକ ଗୁପ୍ତ ରିପୋର୍ଟ ପଠାଇଥାନ୍ତି। ଅବଶ୍ୟ ଏଥର ଉଭୟ କେନ୍ଦ୍ର ଓ ରାଜ୍ୟରେ ଗୋଟିଏ ଦଳର ଶାସନ ଥିବା କାରଣରୁ ରାଜ୍ୟପାଳ ଏବଂ ସରକାରଙ୍କ ମଧ୍ୟରେ ସମନ୍ୱୟ ନେଇ କୌଣସି ଅସୁବିଧା ନାହିଁ। ତଥାପି ବି ମୁଖ୍ୟମନ୍ତ୍ରୀ ତାଙ୍କ ଏହି ଆଲୋଚନା ସମୟରେ ରାଜ୍ୟପାଳଙ୍କୁ ଆଇନଶୃଙ୍ଖଳା ବିଷୟରେ ଅବଗତ କରାଇଥାଇ ପାରନ୍ତି ବୋଲି ଚର୍ଚ୍ଚା ହେଉଛି। ନିଜ ଦଳରୁ ମଧ୍ୟ ଉପମୁଖ୍ୟମନ୍ତ୍ରୀ ବିରୋଧର ସମ୍ମୁଖୀନ ହେଉଛନ୍ତି। ତେଣୁ ସରକାର ନିଜ ଭାବମୂର୍ତ୍ତିର ସୁରକ୍ଷା ପାଇଁ ମନ୍ତ୍ରିମଣ୍ଡଳରେ ଅଦଳବଦଳ ସାଙ୍ଗକୁ ସମ୍ପ୍ରସାରଣ କରିପାରନ୍ତି ବୋଲି ରାଜନୈତିକ ସମୀକ୍ଷକ ଆକଳନ କରୁଛନ୍ତି।

Leave A Reply

Your email address will not be published.