ପ୍ରମୁଖ ଖବର

ମୁମ୍ବାଇର ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ଅନେକ ଆହତ
ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ପାର୍ଥ ଚାଟର୍ଜୀଙ୍କ ଘରେ ଇଡି ଚଢ଼ାଉ
ରିଲାଏନ୍ସ ଅନୁରୋଧରେ ଇରାନୀ ତେଲ ଟ୍ୟାଙ୍କରକୁ ବିଶେଷ ଅନୁମତି
ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର
‘ସିଜିମାଳି’ ପାଇଁ ଜୁଏଲଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର
ସାଗରମାଳା ଯୋଜନାରେ ୩୧୫ ପ୍ରକଳ୍ପ ସମାପ୍ତ

ପୁଲିସ୍ ଇନଫର୍ମର ସନ୍ଦେହରେ ୨ ଜଣଙ୍କୁ ହତ୍ୟା କଲେ ମାଓବାଦୀ

0

ମାଲକାନଗିରି: ପୁଣି ମାଓବାଦୀମାନେ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ବର୍ବରକାଣ୍ଡ ଭିଆଇଛନ୍ତି। ମାଓବାଦୀମାନେ ୨ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରି ଫିଙ୍ଗ ଦେଇଥିବା ସୂଚନା ମିଳିଛି। ପୋଲିସ ଇନ୍‌ଫର୍ମର ସନ୍ଦେହରେ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି।

ମାଲକାନଗିରି ଜିଲ୍ଲା ସୀମାନ୍ତ ବିଜାପୁରର ଛଟୁବାଇ ଓ ବଡେ ତର୍ରେମ ଗାଁରେ ମାଓବାଦୀ ମାନେ ୨ ଜଣ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କରିଥିବା ସୂଚନା ମିଳିଛି। ମୃତକ ମାନେ ଛୁଟବାଇ ଗାଁର ଯୋଗା କୱାସୀ ଓ ବଡେ ତରେମ ଗାଁର ମଙ୍ଗଲୁ କୁରସମ ବୋଲି ଜଣାପଡିଛି। ମାଓବାଦୀମାନେ ଉଭୟଙ୍କୁ ଏକ ଧାରୁଆ ଅସ୍ତ୍ରରେ ହାଣି ନିର୍ମମ ଭାବେ ହତ୍ୟା କରିଛନ୍ତି । ତେବେ ପୁଲିସ୍ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷେ ପୋଲିସ ଅଞ୍ଚଳରେ ମାଓବାଦୀଙ୍କ ଗତିବିଧିକୁ ନେଇ ସର୍ଚ୍ଚ ଅପରେଶନ ଆରମ୍ଭ କରିଛି।

Leave A Reply

Your email address will not be published.