ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

କଲେଜ ଉପରେ ଖସିପଡ଼ିଲା ବିମାନ

0

ବାଂଲାଦେଶ: ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା। ସ୍କୁଲ ଉପରେ ଖସିପଡିଲା ସାମରିକ ତାଲିମ ପାଇଁ ବ୍ୟବହୃତ ବିମାନ। ଦୁର୍ଘଟଣାରେ ପାଇଲଟଙ୍କ ମୃତ୍ୟୁ। ବାଂଲାଦେଶର ଉତ୍ତରାଞ୍ଚଳରେ ଆଜି ମଧ୍ୟାହ୍ଣରେ ଏପରି ଦୁର୍ଘଟଣା ଘଟିଯାଇଛି। ସୋମବାର ଦ୍ଵିପ୍ରହର ସମୟରେ ବାଂଲାଦେଶ ବାୟୁସେନାର F7 ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଢାକାର ଉତ୍ତର ଉତ୍ତରା ଅଞ୍ଚଳରେ ସୋମବାର ଅପରାହ୍ନରେ ବାଂଲାଦେଶ ବାୟୁସେନାର ଏକ ତାଲିମ ବିମାନ ଏକ ସ୍କୁଲ କ୍ୟାମ୍ପସରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣା ପରେ ବିମାନଟି ହୁତୁହୁତୁ ହୋଇ ଜଳି ଯାଇଥିଲା। ଏଥିରେ ପାଇଲଟଙ୍କ ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଅନ୍ୟମାନେ ଆହତ ହୋଇଥିବା ସୈନ୍ୟ ଓ ଅଗ୍ନିଶମ ଅଧିକାରୀ କହିଛନ୍ତି। କିନ୍ତୁ ମୃତାହତଙ୍କ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି।

ବିମାନଟି ଢାକାର ଉତ୍ତରା ଅଞ୍ଚଳରେ ଥିବା ମାଇଲଷ୍ଟୋନ ସ୍କୁଲ ଆଣ୍ଡ କଲେଜର କ୍ୟାମ୍ପସରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ବେଳେ ପିଲାମାନେ କ୍ୟାମ୍ପସରେ ଉପସ୍ଥିତ ଥିଲେ। ଟେଲିଭିଜନ ଫୁଟେଜରେ ଦୁର୍ଘଟଣା ସ୍ଥଳରୁ ନିଆଁ ଓ ଧୂଆଁ ବାହାରୁଥିବା ଦେଖାଯାଇଥିଲା।
ଅଧିକାରୀଙ୍କ କହିବାନୁସାରେ, ବିମାନଟି ଦିନ ପ୍ରାୟ ୧:୦୬ରେ ଉଡ଼ାଣ ଭରିଥିଲା ଏବଂ ଏହାର ତୁରନ୍ତ ପରେ ହିଁ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ପରେ ବିମାନରେ ନିଆଁ ଲାଗିଯାଇଥିଲା। ନିଆଁ ଲିଭାଇବା ପାଇଁ ଆଠଟି ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚିଥିଲା।

Leave A Reply

Your email address will not be published.