ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ

0

ନୂଆଦିଲ୍ଲୀ: ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖଡ ତତ୍କାଳ ପ୍ରଭାବରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି ଧନଖରଡ। ରାଷ୍ଟ୍ରପତିଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଧନଖରଡ ତାଙ୍କ ଇସ୍ତଫାପତ୍ରରେ ଲେଖିଛନ୍ତି, ‘ସ୍ୱାସ୍ଥ୍ୟକୁ ପ୍ରାଥମିକତା ଦେଇ ଏବଂ ଡାକ୍ତରଙ୍କ ପରାମର୍ଶ ପାଳନ କରି, ମୁଁ ତୁରନ୍ତ ପ୍ରଭାବରୁ ଭାରତର ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଉଛି। ଏହି ଇସ୍ତଫା ସମ୍ବିଧାନର ଧାରା ୬୭(କ) ଅନୁଯାୟୀ। ମୁଁ ଭାରତର ମାନ୍ୟବର ରାଷ୍ଟ୍ରପତିଙ୍କୁ ହୃଦୟରୁ ଧନ୍ୟବାଦ ଜଣାଉଛି, ଯିଏ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ମୋତେ ନିରନ୍ତର ସହଯୋଗ ଏବଂ ଏକ ଶାନ୍ତିପୂର୍ଣ୍ଣ କାର୍ଯ୍ୟ ସମ୍ପର୍କ ପ୍ରଦାନ କରିଥିଲେ। ଏହା ମୋ ପାଇଁ ଏକ ଅତ୍ୟନ୍ତ ସୁଖଦ ଅଭିଜ୍ଞତା ଥିଲା।’

ଜଗଦୀପ ଧନଖଡ ୨୦୨୨ରେ ଭାରତର ଉପରାଷ୍ଟ୍ରପତି ଭାବେ ନିଯୁକ୍ତ ହୋଇଥିଲେ। ତାଙ୍କ କାର୍ଯ୍ୟକାଳରେ ସେ ରାଜ୍ୟସଭାର ଅଧ୍ୟକ୍ଷ ଭାବେ ମଧ୍ୟ ଦାୟିତ୍ୱ ନିର୍ବାହ କରିଛନ୍ତି। ତାଙ୍କ ନେତୃତ୍ୱରେ ରାଜ୍ୟସଭାରେ ଅନେକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଓ ନିଷ୍ପତ୍ତି ହୋଇଛି। ତେବେ, ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁଁ ସେ ଏହି ନିଷ୍ପତ୍ତି ନେଇଥିବା ଜଣାପଡିଛି। ସୂଚନା ଅନୁଯାୟୀ, ଚିକିତ୍ସକଙ୍କ ପରାମର୍ଶ ଅନୁସାରେ ସେ ନିଜର ସ୍ବାସ୍ଥ୍ୟକୁ ଅଗ୍ରାଧିକାର ଦେବାକୁ ନିଷ୍ପତ୍ତି ନେଇଛନ୍ତି।

Leave A Reply

Your email address will not be published.