ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ

0

ନୂଆଦିଲ୍ଲୀ: ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖଡ ତତ୍କାଳ ପ୍ରଭାବରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି ଧନଖରଡ। ରାଷ୍ଟ୍ରପତିଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଧନଖରଡ ତାଙ୍କ ଇସ୍ତଫାପତ୍ରରେ ଲେଖିଛନ୍ତି, ‘ସ୍ୱାସ୍ଥ୍ୟକୁ ପ୍ରାଥମିକତା ଦେଇ ଏବଂ ଡାକ୍ତରଙ୍କ ପରାମର୍ଶ ପାଳନ କରି, ମୁଁ ତୁରନ୍ତ ପ୍ରଭାବରୁ ଭାରତର ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଉଛି। ଏହି ଇସ୍ତଫା ସମ୍ବିଧାନର ଧାରା ୬୭(କ) ଅନୁଯାୟୀ। ମୁଁ ଭାରତର ମାନ୍ୟବର ରାଷ୍ଟ୍ରପତିଙ୍କୁ ହୃଦୟରୁ ଧନ୍ୟବାଦ ଜଣାଉଛି, ଯିଏ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ମୋତେ ନିରନ୍ତର ସହଯୋଗ ଏବଂ ଏକ ଶାନ୍ତିପୂର୍ଣ୍ଣ କାର୍ଯ୍ୟ ସମ୍ପର୍କ ପ୍ରଦାନ କରିଥିଲେ। ଏହା ମୋ ପାଇଁ ଏକ ଅତ୍ୟନ୍ତ ସୁଖଦ ଅଭିଜ୍ଞତା ଥିଲା।’

ଜଗଦୀପ ଧନଖଡ ୨୦୨୨ରେ ଭାରତର ଉପରାଷ୍ଟ୍ରପତି ଭାବେ ନିଯୁକ୍ତ ହୋଇଥିଲେ। ତାଙ୍କ କାର୍ଯ୍ୟକାଳରେ ସେ ରାଜ୍ୟସଭାର ଅଧ୍ୟକ୍ଷ ଭାବେ ମଧ୍ୟ ଦାୟିତ୍ୱ ନିର୍ବାହ କରିଛନ୍ତି। ତାଙ୍କ ନେତୃତ୍ୱରେ ରାଜ୍ୟସଭାରେ ଅନେକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଓ ନିଷ୍ପତ୍ତି ହୋଇଛି। ତେବେ, ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁଁ ସେ ଏହି ନିଷ୍ପତ୍ତି ନେଇଥିବା ଜଣାପଡିଛି। ସୂଚନା ଅନୁଯାୟୀ, ଚିକିତ୍ସକଙ୍କ ପରାମର୍ଶ ଅନୁସାରେ ସେ ନିଜର ସ୍ବାସ୍ଥ୍ୟକୁ ଅଗ୍ରାଧିକାର ଦେବାକୁ ନିଷ୍ପତ୍ତି ନେଇଛନ୍ତି।

Leave A Reply

Your email address will not be published.