ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

କଲେଜ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ପୁରୀ ଜିଲ୍ଲାର ଚନ୍ଦନପୁର ଅଞ୍ଚଳରେ ଜାତୀୟ ରାଜପଥ-୩୧୬ରେ ସୋମବାର ଦିନ ଅଗ୍ନିଶମ ବାହିନୀ ଗାଡ଼ି ଧକ୍କାରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ସ୍ୱୟମ୍ ଶୁଭମ୍ ସେନାପତି (୨୦ ବର୍ଷ)। ସେ ପୁରୀର ଏସସିଏସ କଲେଜର କମ୍ପ୍ୟୁଟର ସାଇନ୍ସର ଶେଷ ବର୍ଷର ଛାତ୍ର ଥିଲେ।
ସୂଚନା ଅନୁଯାୟୀ, ସ୍ୱୟଂ କ୍ଲାସ ସାରି କଲେଜରୁ ଘରକୁ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ରାସ୍ତାର ଭୁଲ ପାର୍ଶ୍ୱରେ ଯାଉଥିବା ଏକ ଅଗ୍ନିଶମ ବାହିନୀ ଗାଡ଼ି ତାଙ୍କ ବାଇକ୍ ସହିତ ଧକ୍କା ଦେଇଥିଲା। ଯାହା ଫଳରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ତୁରନ୍ତ ପୁରୀ ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନାକୁ ନିଆଯାଇଥିଲା। ଯେଉଁଠାରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ।

ତେବେ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିବା ସହ ମୃତ ଛାତ୍ରଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଚାରି ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହାବ୍ୟତୀତ ସେ ଏକ ପୋଷ୍ଟ କରିଛନ୍ତି। ପୁରୀଠାରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ସ୍ୱୟଂ ଶୁଭମ ସେନାପତିଙ୍କ ପ୍ରାଣହାନି ବିଷୟରେ ଜାଣି ଗଭୀର ଦୁଃଖ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏହାସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।

Leave A Reply

Your email address will not be published.