ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥଗ୍ରହଣ କଲେ ଜଷ୍ଟିସ୍‌ ମାନସ ରଞ୍ଜନ ପାଠକ

0

କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍‌ ମାନସ ରଞ୍ଜନ ପାଠକ ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ହରିଶ ଟଣ୍ଡନ୍‌ ଜଷ୍ଟିସ୍‌ ପାଠକଙ୍କୁ ଶପଥପାଠ କରାଇଥିଲେ। ରାଜ୍ୟ ସରକାରଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଜଷ୍ଟିସ ପାଠକଙ୍କ ନିଯୁକ୍ତି ସଂକ୍ରାନ୍ତ ୱାରେଣ୍ଟ ପାଠ କରିଥିଲେ।

ଗୌହାଟୀ ହାଇକୋର୍ଟରୁ ଜଷ୍ଟିସ୍‌ ମାନସ ରଞ୍ଜନ ପାଠକଙ୍କୁ ଓଡ଼ିଶା ହାଇକୋର୍ଟକୁ ବଦଳି ପାଇଁ ମେ ୨୬ରେ ସୁପ୍ରିମକୋର୍ଟ କଲେଜିମୟ ସୁପାରିସ୍‌ କରିଥିଲେ। ଜୁଲାଇ ୧୪ରେ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ତରଫରୁ ତାଙ୍କ ବଦଳି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଓଡ଼ିଶା ହାଇକୋର୍ଟରେ ମଞ୍ଜୁରିପ୍ରାପ୍ତ ବିଚାରପତି ସଂଖ୍ୟା ୩୩ ହୋଇଥିବା ବେଳେ ଏବେ ମୁଖ୍ୟ ବିଚାରପତିଙ୍କ ସମେତ ୨୦ଜଣ ବିଚାରପତି ରହିଛନ୍ତି।
ଶପଥଗ୍ରହଣ ଉତ୍ସବରେ ହାଇକୋର୍ଟର ସମସ୍ତ ବିଚାରପତି, ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଆଡଭୋକେଟ୍‌ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ, କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର, ଡିସିପି ଖିଲାରୀ ଋଷିକେଶ ଦ୍ୟାନଦେଓ, ହାଇକୋର୍ଟ ବାର୍ ସଭାପତି ମନୋଜ କୁମାର ମିଶ୍ର, ସଂପାଦକ ଅଭିଜିତ ପଟ୍ଟନାୟକ, ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି, ରେଜିଷ୍ଟ୍ରାର, ବରିଷ୍ଠ ଅଧିକାରୀ ଓ ଶତାଧିକ ଆଇନଜୀବୀ ଉପସ୍ଥିତ ଥିଲେ।

୧୯୬୫ ଅଗଷ୍ଟ ୨୮ରେ ଜଷ୍ଟିସ୍‌ ପାଠକ ଜନ୍ମଗ୍ରହଣ କରିଥିଲେ। ଗୌହାଟୀ ବିଶ୍ବବିଦ୍ୟାଳୟରୁ ଏଲ୍‌ଏଲ୍‌ବି ପାସ୍ କରିବା ପରେ ୧୯୯୦ରେ ସେ ଆଇନଜୀବୀ ଭାବେ ‌ଯୋଗ ଦେଇଥିଲେ। ସେ ଗୌହାଟୀ ହାଇକୋର୍ଟ ଓ ଆସାମ ସରକାରଙ୍କ ଶିକ୍ଷା ବିଭାଗର ଷ୍ଟାଣ୍ଡିଂ କାଉନ୍‌ସେଲ୍‌ ଭାବେ କାର୍ଯ୍ୟ କରୁଥିବା ବେଳେ ଗୌହାଟୀ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ୨୦୧୩ ମେ ୨୨ରେ ଗୌହାଟୀ ହାଇକୋର୍ଟର ଅତିରିକ୍ତ ବିଚାରପତି ଏବଂ ୨୦୧୮ ନଭେମ୍ବର ୧୨ରେ ସେ ଗୌହାଟୀ ହାଇକୋର୍ଟର ସ୍ଥାୟୀ ବିଚାରପତି ‌ହୋଇଥିଲେ।

Leave A Reply

Your email address will not be published.