ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାରେ ବର୍ଷା ସମ୍ଭାବନା

0

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା କାରଣରୁ ଓଡ଼ିଶାରେ ବୁଧବାର ରାତିରୁ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁବାର ରାତି କିମ୍ବା ଶୁକ୍ରବାର ସକାଳେ ଏହା ଅଧିକ ଘନୀଭୁତ ହୋଇ ଉତର ପଶ୍ଚିମ ଆଡ଼କୁ ଗତି କରି ଝାଡଖଣ୍ଡ ଓ ଉତ୍ତର ଛତିଶଗଡ଼ ମୁହାଁ ହେବାର ସମ୍ଭାବନା ଥିବା ସିଇସି ପକ୍ଷରୁ କୁହାଯାଇଛି।

ଏହାର ପ୍ରଭାବରେ ଗୁରୁବାର ରାତିରୁ ଜୁଲାଇ ୨୬ ତାରିଖ ଅପରାହ୍ଣ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଅଂଚଳରେ ଅଧିକ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ଜୁଲାଇ ୨୪ ଏବଂ ୨୫ ତାରିଖରେ ଅନୁଗୁଳ, ବଲାଙ୍ଗୀର, ବାଲେଶ୍ୱର, ବୌଦ୍ଧ, କଟକ, ଢ଼େଙ୍କାନାଳ, ଜଗତସିଂହପୁର, ଯାଜପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, କେନ୍ଦ୍ରପଡ଼ା, ଖୋର୍ଦ୍ଧା, ମୟୁରଭଞ୍ଜ, ନୟାଗଡ଼ ଏବଂ ସୁବର୍ଣ୍ଣପୁର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଜୁଲାଇ ୨୫ ଏବଂ ୨୬ ତାରିଖରେ ବରଗଡ଼, ବୌଦ୍ଧ, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଅଧିକ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟର ଅନ୍ୟ ଜିଲ୍ଳାଗୁଡ଼ିକରେ ଏହି ସମୟ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସିଇସି ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.