ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି

0

ଭୁବନେଶ୍ବର: ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି। ସୂଚନା ଦେଲେ ରାଜ୍ୟ ଖଣି ମନ୍ତ୍ରୀ ବିଭୂତି ଜେନା। ଖଣି ନିଲାମ ନେଇ ଶେଷ ପର୍ଯ୍ୟାୟରେ ଚାଲିଛି ପ୍ରସ୍ତୁତି। ଖଣି ନିଲାମ ଦ୍ୱାରା ରାଜ୍ୟର ରାଜସ୍ୱ ବଢିବ। ବର୍ଷେ ମଧ୍ୟରେ ୮ଟି ଖଣି ଅକ୍ସନ ହୋଇଛି। ଖଣି ପାଇଁ ଶିଳ୍ପ ଆସିଲେ ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ୱିତ ହେବ।

ମନ୍ତ୍ରୀ କହିଛନ୍ତି, ପୂର୍ବ ସରକାର ଦୀର୍ଘ ଦିନ ଧରି ଖଣି ଅକ୍ସନ କରୁନଥିଲେ। ଯାହା ରାଜ୍ୟର ଅର୍ଥନୈତିକ ବିକାଶକୁ ବାଧାପ୍ରାପ୍ତ କରିଥିଲା। ଆମେ ଏହି ଦିଗରେ ଦ୍ରୁତ ପଦକ୍ଷେପ ନେଉଛୁ। ଖଣି ନିଲାମ ଦ୍ୱାରା ରାଜ୍ୟର ରାଜସ୍ୱ ବଢିବ। ତାହା ସହ ଶିଳ୍ପ ଆସିବା ଦ୍ୱାରା ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ୱିତ ହେବ। ସେ ଦିଗକୁ ପ୍ରାଧାନ୍ୟ ଦେଇ ଖଣି ବିଭାଗ କାମ କରୁଛି।

ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, “ଖଣି ନିଲାମ ମାଧ୍ୟମରେ ରାଜ୍ୟର ରାଜସ୍ୱ ବୃଦ୍ଧି ପାଇବ, ଯାହା ବିକାଶମୂଳକ କାର୍ଯ୍ୟ ପାଇଁ ବ୍ୟବହୃତ ହେବ। ଏହା ସହିତ ଶିଳ୍ପ ଆସିଲେ ସ୍ଥାନୀୟ ଯୁବକ-ଯୁବତୀଙ୍କ ପାଇଁ ନିଯୁକ୍ତି ପ୍ରକ୍ରିୟା ମଧ୍ୟ ତ୍ୱରାନ୍ୱିତ ହେବ।” ଓଡ଼ିଶାର ଖଣିଜ ସମ୍ପଦ ଦେଶରେ ଅନ୍ୟତମ ସମୃଦ୍ଧ ଭାବେ ପରିଚିତ। ଏହି ୨୨ଟି ଖଣି ନିଲାମ ହେବା ଦ୍ୱାରା ରାଜ୍ୟରେ ଖଣିଜ ଉତ୍ପାଦନ ବୃଦ୍ଧି ପାଇବ ଏବଂ ଅର୍ଥନୈତିକ ଗତିଶୀଳତା ଆସିବ। ତେବେ, ଏହି ନିଲାମ ପ୍ରକ୍ରିୟା ସ୍ୱଚ୍ଛ ଏବଂ ନିୟମାନୁସାରେ ହେବ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି।

Leave A Reply

Your email address will not be published.