ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

0

ଯାଜପୁର: ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି। ଡାକ୍ତର ରାଉତ ବର୍ତ୍ତମାନ ଭଦ୍ରକ ଜିଲ୍ଲା ସଦର ମହକୁମା ହସ୍ପିଟାଲର ମାନସିକ ସ୍ୱାସ୍ଥ୍ୟ ଏବଂ କ୍ୟାନ୍‍ସର ବିଭାଗର ବରିଷ୍ଠ ମେଡିକାଲ ଅଫିସର ଭାବେ କାର୍ଯ୍ୟ କରୁଛନ୍ତି।

ସୂଚନାଯୋଗ୍ୟ ଯେ, ଡାକ୍ତର କରୁଣାକର ରାଉତଙ୍କ ନାମରେ କଟକ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ କେସ୍ ରୁଜ୍ଜୁ ହୋଇଥିଲା। ଡାକ୍ତର ରାଉତଙ୍କ ନାମରେ ମଧ୍ୟ ଡିପାର୍ଟମେଣ୍ଟାଲ ପ୍ରୋସିଡିଙ୍ଗ୍ କରାଯାଇଥିଲା। ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯିବା ସହିତ ଅନ୍ୟାନ୍ୟ ଦଣ୍ଡବିଧାନ ମଧ୍ୟ କରାଯାଇଥିଲା। ଇତି ମଧ୍ୟରେ ଭିଜିଲାନ୍ସ କୋର୍ଟ ପକ୍ଷରୁ ରାୟ ପ୍ରକାଶ ପାଇ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି।

ଦୁର୍ନୀତି ବିରୁଦ୍ଧରେ ଶୂନ୍ୟସହନଶୀଳତା ନୀତି ଅବଲମ୍ବନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଆସିଛନ୍ତି। କୌଣସି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଛଡା ଯିବନାହିଁ ବୋଲି ମୁଖ୍ୟମନ୍ତ୍ରୀ ଅନେକ ସମୟରେ କହି ଆସିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ କଡା ଆଭିମୁଖ୍ୟ ଗ୍ରହଣ କରାଯାଇ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଉଚ୍ଚ ପଦସ୍ଥ ଅଧିକାରୀ ଓ କର୍ମଚାରୀଙ୍କ ଉପରେ ଦୁର୍ନୀତି ଅଭିଯୋଗରେ ଚଢଉ କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି।

Leave A Reply

Your email address will not be published.