ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ଖୁବ ଶୀଘ୍ର କୋଟିଆରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍‌ ସେବା

0

ଭୁବନେଶ୍ବର: କୋଟିଆକୁ ଖୁବ ଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍‌ ସେବା। ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। କୋଟିଆ ଉପରେ ଆନ୍ଧ୍ର ଆଖି ପକାଇଛି, ପ୍ରତିହତ ପାଇଁ ସରକାର କାମ କରୁଛନ୍ତି। ଏଠାରେ ଖଣି ଖାଦାନ ଭରି ରହିଛି। ସେଠାରେ ଗୋଟିଏ ପାହାଡ଼କୁ ସୁନା ପାହାଡ଼ କୁହାଯାଏ। ସଦୁପଯୋଗ ପାଇଁ ଖଣି ବିଭାଗ ପଦକ୍ଷେପ ନେଉଛି ବୋଲି କହିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା।

ମନ୍ତ୍ରୀ କହିଛନ୍ତି, କୋଟିଆ ଓଡ଼ିଶାର ଅବିଚ୍ଛେଦ ଅଙ୍ଗ। ଯିଏ ଯେତେ ଦାବି କଲେ ବି କୋଟିଆ ଓଡ଼ିଶାର ରହିଛି ଆଉ ରହିବ। ନିର୍ବାଚନ ସମୟରେ କୋଟିଆ ଉପରେ ଆନ୍ଧ୍ରର ଆଖି ରହୁଛି। ତାକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି। କୋଟିଆର ସମନ୍ୱିତ ବିକାଶ ସରକାରଙ୍କ ଲକ୍ଷ୍ୟ। ପରିବହନ ବିଭାଗ ପକ୍ଷରୁ କୋଟିଆରେ ଖୁବଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ ସେବା।

ସେହିପରି ଖଣି ଖାଦାନରେ ଭରପୂର କୋଟିଆ । ସେଠାକାର ଗୋଟେ ପାହାଡ଼କୁ ସୁନା ପାହାଡ଼ ବୋଲି କୁହାଯାଏ। ତାକୁ ଚିହ୍ନଟ କରି ତାର ସଦୁପଯୋଗ କରିବା ପାଇଁ ଖଣି ବିଭାଗ ବିଭିନ୍ନ ପ୍ରକାରର ପଦକ୍ଷେପ ନେଉଛି। ସୂଚନା ଥାଉକି ନିର୍ବାଚନ ଆସିଲେ କୋଟିଆକୁ ହାସଲ କରିବା ପାଇଁ ଆନ୍ଧ୍ର ପ୍ରଦେଶ ସରକାର ବାରମ୍ବାର କୋଟିଆ ଗସ୍ତ କରି ସେଠାକାର ବାସିନ୍ଦାକୁ ଭୋଟ ଦେବା ପାଇଁ ବିଭିନ୍ନ ପ୍ରକାର ପ୍ରୟାସ କରୁଛନ୍ତି।। କୋଟିଆକୁ କବଜା କରିବାକୁ ସବୁ ବେଳେ ଆନ୍ଧ୍ରର ଚେଷ୍ଟା ଜାରି ରହିଛି। ଏହାକୁ ବନ୍ଦ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପ୍ରକାର ପଦକ୍ଷେପ ନେଉଛନ୍ତି।

Leave A Reply

Your email address will not be published.