ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ଅଗଷ୍ଟ ପହିଲାରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

0

କେନ୍ଦ୍ର୍ରାପଡା: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ଦୀର୍ଘ ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକ ବେଶ ଉତ୍ସାହିତ। ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ବନବିଭାଗର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। କୁମ୍ଭୀର ପ୍ରଜନନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ୟ୍ଯନ୍ତ ୩ ମାସ ଧରି ବନ୍ଦ ରହିଛି। ଏହି ସମୟରେ ପ୍ରଜନନ ପାଇଁ ବଉଳା କୁମ୍ଭୀର ହିଂସ୍ର ହେଉଥିବାରୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରିବାର ଆଶଙ୍କା ରହିଥିଲା। ତେଣୁ ଏହାକୁ ଦୃଷ୍ଟିରେ ରଖି ବନବିଭାଗ ଭିତରକନିକାକୁ ପର୍ଯ୍ୟଟକ ମାନଙ୍କୁ ବାରଣ କରିଥାଏ।

ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ଥିଲା ଭିତରକନିକା। ଏହି ୩ ମାସ ଭିତରକନିକା ଭିତରେ ବୋଟ ଚଳାଚଳ କରିବ ନାହିଁ। କାରଣ ବୋଟ ଚଳାଚଳ କରିବା ଦ୍ବାରା କୁମ୍ଭୀରମାନଙ୍କ ମିଳନ ପ୍ରକ୍ରିୟାରେ ବାଧା ସୃଷ୍ଟି ହୋଇଥାଏ। କୁମ୍ଭୀରମାନଙ୍କ ମିଳନ ପ୍ରକ୍ରିୟା ପରେ ମା’ କୁମ୍ଭୀରମାନେ ଅଣ୍ଡାଦାନ କରିଥାନ୍ତି। ଅଣ୍ଡାଦାନ କରିବା ପରେ ଛୁଆ ଫୁଟିବା ଯାଏଁ ଅଣ୍ଡା ଦେଇଥିବା ବସାକୁ ଜଗି ରହିଥାନ୍ତି ମା’କୁମ୍ଭୀର। ଅଣ୍ଡାଦାନ ପରେ ମା’ କୁମ୍ଭୀରମାନେ ଅଧିକ ହିଂସ୍ର ହେବା ସହ ଆକ୍ରମଣ କରିବାର ସମ୍ଭାବନା ଥାଏ। ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ତିନିମାସ ଭିତରକନିକା ବନ୍ଦ ରହିଥାଏ।

ଅଗଷ୍ଟ ୧ ତାରିଖରେ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ଖୋଲିବା ନେଇ ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ। ଜାତୀୟ ଉଦ୍ୟାନରେ ପର୍ଯ୍ୟଟକମାନେ ପ୍ରକୃତିର ମନୋରମ ଦୃଶ୍ୟ ଉପଭୋଗ କରିବା ସହିତ ଧଳା କୁମ୍ଭୀର ଗୋରୀ, ମଲ୍ଲୀ,ଶ୍ଵେତା ଦେଶୀୟ ପକ୍ଷୀ, ନଦୀରେ ନୈାବିହାର ଓ ସ୍କାଏ ଓ୍ଵାକ୍ ରେ ଜଙ୍ଗଲ ଉପରେ ଚାଲିଚାଲି ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ।

Leave A Reply

Your email address will not be published.