ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ଅଗଷ୍ଟ ପହିଲାରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

0

କେନ୍ଦ୍ର୍ରାପଡା: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ଦୀର୍ଘ ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକ ବେଶ ଉତ୍ସାହିତ। ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ବନବିଭାଗର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। କୁମ୍ଭୀର ପ୍ରଜନନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ୟ୍ଯନ୍ତ ୩ ମାସ ଧରି ବନ୍ଦ ରହିଛି। ଏହି ସମୟରେ ପ୍ରଜନନ ପାଇଁ ବଉଳା କୁମ୍ଭୀର ହିଂସ୍ର ହେଉଥିବାରୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରିବାର ଆଶଙ୍କା ରହିଥିଲା। ତେଣୁ ଏହାକୁ ଦୃଷ୍ଟିରେ ରଖି ବନବିଭାଗ ଭିତରକନିକାକୁ ପର୍ଯ୍ୟଟକ ମାନଙ୍କୁ ବାରଣ କରିଥାଏ।

ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ଥିଲା ଭିତରକନିକା। ଏହି ୩ ମାସ ଭିତରକନିକା ଭିତରେ ବୋଟ ଚଳାଚଳ କରିବ ନାହିଁ। କାରଣ ବୋଟ ଚଳାଚଳ କରିବା ଦ୍ବାରା କୁମ୍ଭୀରମାନଙ୍କ ମିଳନ ପ୍ରକ୍ରିୟାରେ ବାଧା ସୃଷ୍ଟି ହୋଇଥାଏ। କୁମ୍ଭୀରମାନଙ୍କ ମିଳନ ପ୍ରକ୍ରିୟା ପରେ ମା’ କୁମ୍ଭୀରମାନେ ଅଣ୍ଡାଦାନ କରିଥାନ୍ତି। ଅଣ୍ଡାଦାନ କରିବା ପରେ ଛୁଆ ଫୁଟିବା ଯାଏଁ ଅଣ୍ଡା ଦେଇଥିବା ବସାକୁ ଜଗି ରହିଥାନ୍ତି ମା’କୁମ୍ଭୀର। ଅଣ୍ଡାଦାନ ପରେ ମା’ କୁମ୍ଭୀରମାନେ ଅଧିକ ହିଂସ୍ର ହେବା ସହ ଆକ୍ରମଣ କରିବାର ସମ୍ଭାବନା ଥାଏ। ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ତିନିମାସ ଭିତରକନିକା ବନ୍ଦ ରହିଥାଏ।

ଅଗଷ୍ଟ ୧ ତାରିଖରେ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ଖୋଲିବା ନେଇ ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ। ଜାତୀୟ ଉଦ୍ୟାନରେ ପର୍ଯ୍ୟଟକମାନେ ପ୍ରକୃତିର ମନୋରମ ଦୃଶ୍ୟ ଉପଭୋଗ କରିବା ସହିତ ଧଳା କୁମ୍ଭୀର ଗୋରୀ, ମଲ୍ଲୀ,ଶ୍ଵେତା ଦେଶୀୟ ପକ୍ଷୀ, ନଦୀରେ ନୈାବିହାର ଓ ସ୍କାଏ ଓ୍ଵାକ୍ ରେ ଜଙ୍ଗଲ ଉପରେ ଚାଲିଚାଲି ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ।

Leave A Reply

Your email address will not be published.