ପ୍ରମୁଖ ଖବର

ମୁମ୍ବାଇର ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ଅନେକ ଆହତ
ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ପାର୍ଥ ଚାଟର୍ଜୀଙ୍କ ଘରେ ଇଡି ଚଢ଼ାଉ
ରିଲାଏନ୍ସ ଅନୁରୋଧରେ ଇରାନୀ ତେଲ ଟ୍ୟାଙ୍କରକୁ ବିଶେଷ ଅନୁମତି
ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର
‘ସିଜିମାଳି’ ପାଇଁ ଜୁଏଲଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର
ସାଗରମାଳା ଯୋଜନାରେ ୩୧୫ ପ୍ରକଳ୍ପ ସମାପ୍ତ

ସବ୍ ଇନ୍ସିପେକ୍ଟର ନିଯୁକ୍ତି ପାଇଁ ବଢିଲା ବୟସସୀମା

0

ଭୁବନେଶ୍ଵର: ରାଜ୍ୟରେ ଓଡ଼ିଶା ପୋଲିସ ସବ୍ ଇନ୍ସିପେକ୍ଟର ନିଯୁକ୍ତି ପାଇଁ ବୟସସୀମା ବଢିଲା। ରାଜ୍ୟ ସରକାର ବୟସସୀମା ୩ ବର୍ଷ କୋହଳ କରିଛନ୍ତି। ଏନେଇ ହାଇକୋର୍ଟଙ୍କୁ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ସୂଚନା ଦେଇଛନ୍ତି।

କେବଳ ହାଇକୋର୍ଟଙ୍କ ଦ୍ୱାରସ୍ଥ ଆବେଦନକାରୀଙ୍କ କ୍ଷେତ୍ରରେ ଏହି ନିୟମ ଲାଗୁ ହେବ। ଏନେଇ ୧୭/୦୧/୨୦୨୫ରେ ବିଜ୍ଞପ୍ତି ସରକାର ପ୍ରକାଶ କରିଥିଲେ। ୨୦୧୮ ଠାରୁ ଏସଆଇ ନିଯୁକ୍ତି ବନ୍ଦ ଥିବାରୁ ବୟସ କୋହଳ ପିଟିସନ କରାଯାଇଥିଲା ।

ସୂଚନାନୁସାରେ, ଓଡିଶା ପୋଲିସ ରିକ୍ରୁଟ୍‌ମେଣ୍ଟ ବୋର୍ଡ ୧୭/୦୧/୨୦୨୫ରେ ବିଭିନ୍ନ ବିଭାଗରୁ ୯୩୩ ପଦବୀ ପାଇଁ ବିଜ୍ଞପ୍ତି ଜାରି କରିଥିଲେ । ଏହି ପଦବୀ ମଧ୍ୟରୁ ୬୦୯ ପୋଷ୍ଟ ସବ ଇନିସପେକ୍ଟର , ୨୫୩ ଆର୍ମ ସବ ଇନିସ୍ପେକ୍ଟର ପୋଲିସ , ୪୭ ଫାୟାର ଷ୍ଟେସନ ସବ ଇନିସପେକ୍ଟର ଓ ୨୪ ଟି ପୋଷ୍ଟ ଆସିଷ୍ଟାଣ୍ଟ ଜେଲର ସବ ଇନିସପେକ୍ଟର ପଦବୀ ରହିଥିଲା ।
କିନ୍ତୁ ୨୦୧୮ ବିଜ୍ଞପ୍ତି ଅନୁଯାୟୀ ବୟସ ସୀମା ସମାନ ଥିବାରୁ ଅନେକ ଆଶାୟୀମାନେ ହାଇକୋର୍ଟରେ ଏହି ବିଜ୍ଞପ୍ତିକୁ ନେଇ ବୟସ କୋହଳ କରିବା ପାଇଁ ମାମଲା ରୁଜୁ କରିଥିଲେ । ତେବେ ଏହି ମାମଲାର ଶୁଣାଣି କରି କୋର୍ଟ ଚଳିତବର୍ଷ ବିଜ୍ଞପ୍ତି ପାଇଁ ୩ ବର୍ଷ କୋହଳ କରିଛନ୍ତି । ଯାହା ଅନ୍ୟ ବିଜ୍ଞପ୍ତି ପାଇଁ ଲାଗୁ ହେବ ନାହିଁ ବୋଲି କହିଛନ୍ତି ହାଇକୋର୍ଟ।

Leave A Reply

Your email address will not be published.