ପ୍ରମୁଖ ଖବର

ମୁମ୍ବାଇର ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ଅନେକ ଆହତ
ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ପାର୍ଥ ଚାଟର୍ଜୀଙ୍କ ଘରେ ଇଡି ଚଢ଼ାଉ
ରିଲାଏନ୍ସ ଅନୁରୋଧରେ ଇରାନୀ ତେଲ ଟ୍ୟାଙ୍କରକୁ ବିଶେଷ ଅନୁମତି
ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର
‘ସିଜିମାଳି’ ପାଇଁ ଜୁଏଲଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର
ସାଗରମାଳା ଯୋଜନାରେ ୩୧୫ ପ୍ରକଳ୍ପ ସମାପ୍ତ

ଏନ୍‌କାଉଣ୍ଟରରେ ୪ ମାଓବାଦୀ ନିପାତ

0

ଛତିଶଗଡ଼: ଛତିଶଗଡ଼ର ବିଜାପୁର ଜିଲାରେ ଶନିବାର ସୁରକ୍ଷାବାହିନୀକୁ ଏକ ବଡ଼ ସଫଳତା ମିଳିଛି। ମାଓବାଦୀମାନଙ୍କ ସହିତ ଚାଲିଥିବା ଏନ୍‌କାଉଣ୍ଟରରେ ସୁରକ୍ଷାବାହିନୀ ଏପର୍ଯ୍ୟନ୍ତ ୪ ଜଣ ମାଓବାଦୀଙ୍କୁ ହତ୍ୟା କରିଛନ୍ତି। ଜଣେ ପୋଲିସ ଅଧିକାରୀ ପିଟିଆଇକୁ କହିଛନ୍ତି ଯେ, ସୁରକ୍ଷାବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ଏନ୍‌କାଉଣ୍ଟର ଏବେ ବି ଜାରି ରହିଛି ଏବଂ ଏପର୍ଯ୍ୟନ୍ତ ୪ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଘଟଣାସ୍ଥଳରୁ ଗୋଟିଏ ଏସ୍‌ଏଲ୍‌ଆର୍‌ ଏବଂ ଇନ୍‌ସାସ୍‌ ଭଳି ବନ୍ଧୁକ ଜବତ ହୋଇଛି।

ଅଧିକାରୀମାନେ କହିଛନ୍ତି, ଜିଲାର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ମାଓବାଦୀଙ୍କ ଉପସ୍ଥିତି ବିଷୟରେ ସୂଚନା ପାଇବା ପରେ ସୁରକ୍ଷା ବାହିନୀକୁ ମାଓବାଦୀ ବିରୋଧୀ ଅପରେଶନ ପାଇଁ ପଠାଯାଇଥିଲା। ସେ କହିଛନ୍ତି, ଶନିବାର ସନ୍ଧ୍ୟାଠାରୁ ସୁରକ୍ଷାବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ମଝିରେ ମଝିରେ ଏନକାଉଣ୍ଟର ଚାଲିଛି।

Leave A Reply

Your email address will not be published.